ସଂସଦ ଭବନରେ ଲଗାଇଲେ ନିଆଁ, ୩୬ ଘଣ୍ଟିଆ ଲକ୍‌ଡାଉନ୍‌ ଘୋଷଣା…

ହୋନିଆରା,୨୫।୧୧: ପ୍ରଶାନ୍ତ ମହାସାଗରରେ ଥିବା ସୋଲୋମନ ଦ୍ୱୀପରେ ପ୍ରଧାନମନ୍ତ୍ରୀଙ୍କୁ ହଟାଇବାକୁ ଦାବି କରୁଥିବା ବିକ୍ଷୋଭକାରୀମାନେ ସଂସଦ ଭବନ ଏବଂ ପୋଲିସ ଷ୍ଟେସନରେ ନିଆଁ ଲଗାଇ ଦେଇଛନ୍ତି। ହିଂସା ଏବଂ ଲୁଟ ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ପ୍ରଦର୍ଶନକାରୀଙ୍କୁ ଘଉଡାଇବା ଲାଗି ଲୁହବୁହା ଗ୍ୟାସ ଏବଂ ରବର ଗୁଳି ବ୍ୟବହାର କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ରାଜଧାନୀ ହୋନିଆରାରେ ୩୬ ଘଣ୍ଟା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବିକ୍ଷୋଭକାରୀମାନେ ଅନେକ ଦୋକାନ ଲୁଟି ନେଇଛନ୍ତି।

ଏହାକୁ ନେଇ ଦେଶରେ ଉତ୍ତେଜନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମନାସେହ ସୋଗୱେର୍‌ ଦେଶକୁ ସମ୍ବୋଧିତ କରି ରାଜଧାନୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ଦ୍ୱୀପପୁଞ୍ଜର ସବୁଠାରୁ ଜନବହୁଳ ଦ୍ୱୀପ ମଲୈଟାର ଲୋକମାନେ ରାଜଧାନୀରେ ପହଞ୍ଚି କେତେକ ଘରୋଇ ପ୍ରସଙ୍ଗରେ ଉପରେ ନିଜର କ୍ଷୋଭ ପ୍ରକାଶ କରିଛନ୍ତି। ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନ ହେବାରୁ ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି।

ବିକାଶ ଦୌଡ଼ରେ ପଛରେ ରହି ଯାଇଥିବାରୁ ମଲୈଟାବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୨୦୧୯ରେ ତାଇୱାନ ସହ ସମ୍ପର୍କ ଭାଙ୍ଗି ଚାଇନା ସହ ସମ୍ପର୍କ ସ୍ଥାପନ କରିବା ପରେ ସୋଲୋମନ ଦ୍ୱୀପପୁଞ୍ଜ ବହୁ ଚାପର ସମ୍ମୁଖୀନ ହୋଇଛି। ପ୍ରଧାନମନ୍ତ୍ରୀ ସୋଗୱେର୍‌ କହିଛନ୍ତି ଯେ ଆମ ଦେଶ ଆଉ ଏକ ଦୁଃଖଦ ଏବଂ ଦୁର୍ଭାଗ୍ୟଜନକ ଘଟଣାର ସାକ୍ଷୀ ହୋଇଛି ଯେଉଁଥିରେ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରକୁ ହଟାଇବାକୁ ଚେଷ୍ଟା କରାଯାଉଛି।

ପ୍ରଧାନମନ୍ତ୍ରୀ ସୋଗୱେର୍‌ କହିଛନ୍ତି ମୁଁ ଭାବୁଥିଲି ଯେ ଇତିହାସର ସବୁଠାରୁ ଖରାପ ଦିନ ବିତି ଯାଇଛି। କିନ୍ତୁ ଏବେ ଜାରି ରହିଥିବା ଘଟଣାରୁ ଜଣାପଡୁଛି ଆମକୁ ଆହୁରି ଅନେକ ବାଟ ଯିବାକୁ ବାକି ରହିଛି। ସେ କହିଛନ୍ତି ଯେ ଲକଡାଉନ ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ହିଂସା ଘଟାଇଥିବେ ସେମାନଙ୍କୁ ଖୋଜାଯିବ ଏବଂ ଭବିଷ୍ୟତରେ ଏହା ଯେପରି ନ ହୁଏ ସେଥିପାଇଁ ଚେଷ୍ଟା କରାଯିବ। ବିକ୍ଷୋଭକାରୀମାନେ ଜଣେ ଚାଇନା ବ୍ୟକ୍ତିଙ୍କ ଦୋକାନ ମଧ୍ୟ ଲୁଟ କରିଥିବା ପୋଲସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri