ବନାଗ୍ନି ଚିନ୍ତା: ଜିଲାରେ ୨୩ ହଟ୍‌ସ୍ପଟ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୧୬।୩: ବନାଗ୍ନି କବଳରୁ ଜୈବ ବିବିଧତାକୁ ସୁରକ୍ଷା ଦେବାକୁ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲାର ବିଭିନ୍ନ ଜଙ୍ଗଲରେ ମୋଟ ୨୩ଟି ସମ୍ଭାବ୍ୟ ବନାଗ୍ନି ପ୍ରଭାବିତ ହଟସ୍ପଟ୍‌ ଚିହ୍ନଟ କରାଯାଇଛି। ସେସବୁ ସ୍ଥାନରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହ ଜଙ୍ଗଲ ନିଅଁା ଲିଭାଇବା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଏସ୍‌ପି, ଡିଏଫ୍‌ଓ, ଅଗ୍ନିଶମ ବିଭାଗର ପଦସ୍ଥ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।

ନିଅଁା ଦାଉରୁ ଜଙ୍ଗଲକୁ ସୁରକ୍ଷା ଦେବା ପାଇଁ ଉଭୟ ସହର ଏବଂ ଗ୍ରାମବାସୀଙ୍କୁ ସଚେତନ କରାଯିବ। ଏଥିଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗ୍ରାମାଞ୍ଚଳବାସୀଙ୍କ ସଚେତନ କରିବା ପାଇଁ ସରପଞ୍ଚ, ଓ୍ବାର୍ଡମେମ୍ବର ଏବଂ ଅନ୍ୟ ପଞ୍ଚାୟତିରାଜ ଅନୁଷ୍ଠାନର ଜନପ୍ରତିନିଧିଙ୍କ ସମେତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବୁଧବାର ମୁଖ୍ୟ ଶାସନ ସଚିବ ଏବଂ ପିସିସିଏଫ୍‌ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜିଲାପାଳ, ବନଖଣ୍ଡ ଅଧିକାରୀ, ଏସ୍‌ପି ଓ ଅଗ୍ନିଶମ ଅଧିକାରୀଙ୍କୁ ବନାଗ୍ନିର ଭୟାବହତା ଏବଂ ଏହାର ପ୍ରତିକାର ସମ୍ପର୍କରେ ଅବଗତ କରାଇଛନ୍ତି। ବନାଗ୍ନି ସ୍ଥଳ ଚିହ୍ନଟ ପାଇଁ ସାଟେଲାଇଟ୍‌ର ସହାୟତା ନିଆଯିବ। ଅଗ୍ନିଶମ ସେବାସଂସ୍ଥା, ବନ କର୍ମଚାରୀ ଓ ଓଡ୍ରାଫ ଟିମ୍‌ ନିଅଁାକୁ କିପରି ତ୍ୱରିତ ଆୟତ୍ତ କରାଯିବ, ସେ ନେଇ ଉଦ୍ୟମ କରିବେ। ପ୍ରତି ୨-୩ ସପ୍ତାହରେ ସ୍ଥିତିର ସମୀକ୍ଷା କରାଯିବ। ବ୍ଲକରେ ଅନୁଷ୍ଠିତ ମାସିକ ବୈଠକରେ ବିଡିଓ, ରେଞ୍ଜର, ଜନପ୍ରତିନିଧି, ଅଗ୍ନିଶମ ଅଧିକାରୀଙ୍କ ଉପସ୍ଥିତିରେ ଏହାର ସମୀକ୍ଷା କରାଯାଇ ଏହାର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ। ଜିଲାର ଆଦିବାସୀବହୁଳ କଙ୍କଡ଼ାହାଡ଼ ବ୍ଲକ, ହିନ୍ଦୋଳ, ଓଡ଼ାପଡ଼ା, ସଦର ବ୍ଲକରେ ଥିବା ଜଙ୍ଗଲଗୁଡ଼ିକ ବନାଗ୍ନି ପ୍ରଭାବିତ ହେବା ଆଶଙ୍କା ବେଶି। ତେଣୁ ଉକ୍ତ ଜଙ୍ଗଲ ଇଲାକା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀ କୁହନ୍ତି, ଜିଲାର ଜଙ୍ଗଲ ସମ୍ପଦକୁ ନିଅଁାଦାଉରୁ ରକ୍ଷା କରିବା ପାଇଁ ଜିଲାବାସୀଙ୍କୁ ନିବେଦନ କରାଯାଇଛି। ଲୋକଙ୍କୁ ଏ ଦିଗରେ ସଚେତନ କରାଇବା ପାଇଁ ପଞ୍ଚାୟତ ପ୍ରତିନିଧି, ଏସ୍‌ଏଚ୍‌ଜିକୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ନିୟମିତ ସମୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?