ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ ମୃତକଙ୍କ ସଂଖ୍ୟା ସରକାର ଲୁଚାଉଥିବା ଅଭିଯୋଗ ହୋଇଛି। ସରକାରୀ ରିପୋର୍ଟରେ ମୃତ୍ୟୁ ସଂଖ୍ୟା ୪ ଥିବାବେଳେ ଶ୍ମଶାନ ଘାଟ ଏବଂ କବରସ୍ତାନରୁ ମିଳିଥିବା ତଥ୍ୟ ଅନୁସାରେ ମଙ୍ଗଳବାର ଏଠାରେ ମୃତ୍ୟୁ ସଂଖ୍ୟା ୮୪ ରହିଛି। ଭୋପାଳରେ ଥିବା ଭଦଭଦା, ସୁଭାଷନଗର ଆଦି ଶ୍ମଶାନଘାଟରେ ୩୦ରୁ ଅଧିକ ଚିତା ୪ ଦିନ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଛି। ଅପରପକ୍ଷରେ ୩୦ଟିର ପ୍ରସ୍ତୁତି ଆରମ୍ଭ ହୋଇଛି। ସେହିପରି ଝଦା କବରସ୍ତାନରେ ମଧ୍ୟ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଅଧିକ ସଂଖ୍ୟକ ମୃତଦେହ ପହଞ୍ଚୁଥିବାରୁ କବର ଦେବା କଷ୍ଟକର ହୋଇ ପଡ଼ୁଛି। ସେହିପରି ଶ୍ମଶାନରେ ଦିନରାତି ଜୁଇ ନିଆଁ ଲିଭୁନି। ଏଭଳି ସ୍ଥିତି ଗୁଜରାଟର ସୁରଟରେ ମଧ୍ୟ ସୃଷ୍ଟି ହୋଇଛି। ଶ୍ମଶାନ ଘାଟ ଏବଂ କବରସ୍ତାନ ଆଗରେ ମୃତକଙ୍କ ପରିବାର ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri