୮ଜଙ୍ଗଲରେ ନିଆଁ

ବାରିପଦା ଅଫିସ, ୨୮।୨-ମୟୂରଭଞ୍ଜ ଜିଲାର ବିଭିନ୍ନ ଜଙ୍ଗଲରେ ଶନିବାର ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଜଙ୍ଗଲ ସଂଲଗ୍ନ ଗ୍ରାମକୁ ନିଆଁ ବ୍ୟାପିବା ପରେ ଗ୍ରାମବାସୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୨୦ରେ ଅଗ୍ନିଶମ ବାହିନୀର ଗୋଟିଏ ଦଳ ମୋରଡ଼ା ବ୍ଲକର ଦୁର୍ଗାପୁର ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିଲେ। ୧୧ଟା ୩୩ରେ ବାରିପଦା ସହର ଉପକଣ୍ଠ ମୁନସୀବନ୍ଧ ନିକଟ ଜଙ୍ଗଲରେ ନିଆଁ ଲିଭାଇବାକୁ ଯାଇଥିଲେ ବିଭାଗର ଅନ ଏକ ଦଳ। ଏହାପରେ ଦମକଳ ବାହିନୀ ଖଙ୍ଖାଭଙ୍ଗା, କାଣିମହୁଲୀ, ବେତନଟୀର କୃଷ୍ଣଚନ୍ଦ୍ରପୁର, ବାଁସକାଣ୍ଟିଆ, ବୁଢିଖମାରୀ ଓ ପୁଣି ବୁଢ଼ିଖମାରୀ ଜଙ୍ଗଲରେ ନିଆଁ ଲିଭାଇଥିଲେ। ୪ ଘଣ୍ଟା ମଧ୍ୟରେ ୮ ସ୍ଥାନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଥିଲା। ସେହିପରି ବେତନଟୀ, ମୋରଡା଼, ରାସଗୋବିନ୍ଦପୁର, ବାଙ୍ଗିରିପୋଷି, ବଡ଼ସାହି, ଖୁଣ୍ଟା ଓ ଗୋପବନ୍ଧୁନଗର ଦମକଳ କେନ୍ଦ୍ରରୁ ମଧ୍ୟ ଅଗ୍ନିଶମ ବାହିନୀ ଜଙ୍ଗଲ ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ।
ମହୁଲ ଫୁଲ ସଂଗ୍ରହକାରୀମାନେ ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ଏପରି ସମସ୍ୟା ଉପୁଜିଥିବା ସ୍ଥାନୀୟ ଗ୍ରାମବାସୀ ଆଶଙ୍କା କରିଛନ୍ତି। ତେବେ ଜଙ୍ଗଲରେ ନିଆଁ ନ ବ୍ୟାପିବା ପାଇଁ ଗ୍ରାମ୍ୟ ବନ ସୁରକ୍ଷା ବାହିନୀ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜଙ୍ଗଲ ମଧ୍ୟରେ ପଡ଼ିଥିବା ଶୁଖିଲା ପତ୍ରକୁ ଲାଇନିଂ ବା ମଝିରେ ମଝିରେ ପରିଷ୍କାର କରାଯାଇଥାଏ। ବନ ବିଭାଗ ପକ୍ଷରୁ ଏନେଇ ପ୍ରତିବର୍ଷ ପର୍ଯ୍ୟାପ୍ତ ଅନୁଦାନ ଆସୁଥିବା ବେଳେ କାଗଜପତ୍ରରେ ଏହା କାର୍ଯ୍ୟ ହୋଇଥିବା ଦର୍ଶାଯାଇଛି। ମାତ୍ର ଚଳିତବର୍ଷ ଜଙ୍ଗଲରେ ଲାଗୁଥିବା ନିଆଁ ଉକ୍ତ କାର୍ଯ୍ୟ ପ୍ରତିପାଦନ ଉପରେ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri