Odisha Elections 2024

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ବହୁ ମୂଲ୍ୟବାନ ସାମଗ୍ରୀ ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ପୋଡି ଛାରଖାର ହୋଇଯାଇଛି।

ମିଳିଥିବା ସୂଚନା ମୁତାବକ, ବୁଧବାର ଶ୍ରମିକ ଦିବସ ଯୋଗୁ ପ୍ଲାଣ୍ଟ ଓ କାର୍ଯ୍ୟାଳୟ ବନ୍ଦ ରହିଥିଲା। ହେଲେ ହଠାତ ଆକାଉଣ୍ଟ କାର୍ଯ୍ୟାଳୟର ଏସି(ଏୟାର କଣ୍ଡିସନର) ଲାଗିଥିବା ଝରକା ବାହାରପଟୁ ଧୂଆଁ ବାହାରୁଥିବା ଜଣେ ସୁରକ୍ଷା କର୍ମୀ ଦେଖିବାକୁ ପାଇ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଥିବା ଆଶଙ୍କା କରିଥିଲେ। ଏ ନେଇ ସୁରକ୍ଷାକର୍ମୀ ଜଣକ ତୁରନ୍ତ ପ୍ଲାଣ୍ଟ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। ତେବେ ପ୍ଲାଣ୍ଟ ପକ୍ଷରୁ ଏ ନେଇ ଅଗ୍ନିଶମ ବିଭାଗକୁ ସୂଚନା ଦିଆଯାଇଥିବା ବେଳେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ଘଣ୍ଟା ଧରି ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲେ।

ଅଗ୍ନି କାଣ୍ଡରେ କାର୍ଯ୍ୟାଳୟରେ ଥିବା ବିଭିନ୍ନ ମୂଲ୍ୟବାନ ସାମଗ୍ରୀ ମଧ୍ୟରେ ଏସି, ଜେରକ୍ସ ମେଶିନ ଓ ଆସବାବପତ୍ର ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିପୋଡି ଛାରଖାର ହୋଇଯାଇଥିବା ଜଣାପଡିଛି। ତେବେ ନିଆଁ କିଭଳି ଲାଗିଲା ତାହା ଏଯାଏଁ ସ୍ପଷ୍ଟ ହୋଇପାରି ନ ଥିବାବେଳେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri