ଶିମିଳିପାଳ ପରେ ବରୁଣେଇରେ ନିଆଁ

ଖୋର୍ଦ୍ଧା ଅଫିସ,୧୫ା୩: ଶିମିଳିପାଳ ପରେ ନିଆଁ ଆଁରେ ଖୋର୍ଦ୍ଧା ଜିଲାର ବରୁଣେଇ ଜଙ୍ଗଲ। ରବିବାର ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ହେକ୍ଟର ପରିମିତ ଅଞ୍ଚଳରେ ନିଆଁ ଲାଗିିଛି। ତେବେ କୌଣସି ଗଛ ନଷ୍ଟ ହୋଇନାହିଁ, କେବଳ ତଳେ ପଡ଼ିରହିଥିବା ଶୁଖିଲା ଡାଳପତ୍ର ପୋଡ଼ିଯାଇଛି ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଅଗ୍ନିକାଣ୍ଡ କିପରି ଘଟିଲା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଅଧାଜଳା ସିଗାରେଟ୍‌ରୁ କିମ୍ବା ଜଙ୍ଗଲରେ ପଡ଼ିିରହିଥିବା ଶୁଖିଲା ଡାଳପତ୍ରରେ କୌଣସି ଦୁର୍ବୃତ୍ତ ଜାଣିଶୁଣି ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୨ଟାରେ ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରୁ ନିଆଁଧାସ ଉଠୁଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ଓ ବନବିଭାଗକୁ ଖବର ଦେଇଥିଲେ। ଜିଲାପାଳ ସନତ ମହାନ୍ତି ମଧ୍ୟ ଏହି ଖବର ପାଇ ଡିଏଫ୍‌ଓଙ୍କ ସହିତ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଗ୍ନିଶମ ବିଭାଗ ଓ ବନ ବିଭାଗର ୨୧ଜଣ କର୍ମଚାରୀଙ୍କୁ ନେଇ ଗଠିତ ଏକ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ୨ଘଣ୍ଟାର ଅକ୍ଳାନ୍ତ ଉଦ୍ୟମ ପରେ ନିଆଁ ଆୟତ୍ତକୁ ଆସିପାରିଥିଲା ବୋଲି ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ଶରତ ଚନ୍ଦ୍ର ମଲିକ କହିଛନ୍ତି। ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଜଙ୍ଗଲ ଭିତରକୁ ପ୍ରବେଶ କରିବାରେ ସମସ୍ୟା ହୋଇଥିଲା। ସେମାନେ ବାହାରୁ ରହି ନିଆଁ ଉପରକୁ ପାଣି ସ୍ପ୍ରେ କରିଥିଲେ। ପ୍ରାୟ ୧ ଘଣ୍ଟା ପରେ ସେମାନେ ଜଙ୍ଗଲ ଭିତରେ ପ୍ରବେଶ କରିଥିଲେ। ଏ ନେଇ ଖୋର୍ଦ୍ଧା ରେଞ୍ଜର ଅସିତ ମିଶ୍ର କହିଛନ୍ତି, ବରୁଣେଇ ଜଙ୍ଗଲରେ ନିଆଁ ଲାଗିଥିବା ଖବର ମିଳିବା ପରେ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହ ମିଶି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛନ୍ତି। ନିଆଁ ଲାଗିବାର କାରଣ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ। ଏ ନେଇ ତଦନ୍ତ ଜାରି ରହିଛି। ଏଭଳି ଘଟଣା ପ୍ରତି ବନ ବିଭାଗ ସଜାଗ ଅଛି। ଅନ୍ୟ କେଉଁ ସ୍ଥାନରେ ନିଆଁ ଲାଗିଛି କି ନାହିଁ ସେ ନେଇ ବିଭାଗୀୟ କର୍ମଚାରୀମାନେ ଜଙ୍ଗଲରେ ବୁଲି ସ୍ଥିିତି ଅନୁଧ୍ୟାନ କରୁଛନ୍ତି। ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri