ଶିମିଳିପାଳ ପରେ ବରୁଣେଇରେ ନିଆଁ

ଖୋର୍ଦ୍ଧା ଅଫିସ,୧୫ା୩: ଶିମିଳିପାଳ ପରେ ନିଆଁ ଆଁରେ ଖୋର୍ଦ୍ଧା ଜିଲାର ବରୁଣେଇ ଜଙ୍ଗଲ। ରବିବାର ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ହେକ୍ଟର ପରିମିତ ଅଞ୍ଚଳରେ ନିଆଁ ଲାଗିିଛି। ତେବେ କୌଣସି ଗଛ ନଷ୍ଟ ହୋଇନାହିଁ, କେବଳ ତଳେ ପଡ଼ିରହିଥିବା ଶୁଖିଲା ଡାଳପତ୍ର ପୋଡ଼ିଯାଇଛି ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଅଗ୍ନିକାଣ୍ଡ କିପରି ଘଟିଲା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଅଧାଜଳା ସିଗାରେଟ୍‌ରୁ କିମ୍ବା ଜଙ୍ଗଲରେ ପଡ଼ିିରହିଥିବା ଶୁଖିଲା ଡାଳପତ୍ରରେ କୌଣସି ଦୁର୍ବୃତ୍ତ ଜାଣିଶୁଣି ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୨ଟାରେ ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରୁ ନିଆଁଧାସ ଉଠୁଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ଓ ବନବିଭାଗକୁ ଖବର ଦେଇଥିଲେ। ଜିଲାପାଳ ସନତ ମହାନ୍ତି ମଧ୍ୟ ଏହି ଖବର ପାଇ ଡିଏଫ୍‌ଓଙ୍କ ସହିତ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଗ୍ନିଶମ ବିଭାଗ ଓ ବନ ବିଭାଗର ୨୧ଜଣ କର୍ମଚାରୀଙ୍କୁ ନେଇ ଗଠିତ ଏକ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ୨ଘଣ୍ଟାର ଅକ୍ଳାନ୍ତ ଉଦ୍ୟମ ପରେ ନିଆଁ ଆୟତ୍ତକୁ ଆସିପାରିଥିଲା ବୋଲି ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ଶରତ ଚନ୍ଦ୍ର ମଲିକ କହିଛନ୍ତି। ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଜଙ୍ଗଲ ଭିତରକୁ ପ୍ରବେଶ କରିବାରେ ସମସ୍ୟା ହୋଇଥିଲା। ସେମାନେ ବାହାରୁ ରହି ନିଆଁ ଉପରକୁ ପାଣି ସ୍ପ୍ରେ କରିଥିଲେ। ପ୍ରାୟ ୧ ଘଣ୍ଟା ପରେ ସେମାନେ ଜଙ୍ଗଲ ଭିତରେ ପ୍ରବେଶ କରିଥିଲେ। ଏ ନେଇ ଖୋର୍ଦ୍ଧା ରେଞ୍ଜର ଅସିତ ମିଶ୍ର କହିଛନ୍ତି, ବରୁଣେଇ ଜଙ୍ଗଲରେ ନିଆଁ ଲାଗିଥିବା ଖବର ମିଳିବା ପରେ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହ ମିଶି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛନ୍ତି। ନିଆଁ ଲାଗିବାର କାରଣ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ। ଏ ନେଇ ତଦନ୍ତ ଜାରି ରହିଛି। ଏଭଳି ଘଟଣା ପ୍ରତି ବନ ବିଭାଗ ସଜାଗ ଅଛି। ଅନ୍ୟ କେଉଁ ସ୍ଥାନରେ ନିଆଁ ଲାଗିଛି କି ନାହିଁ ସେ ନେଇ ବିଭାଗୀୟ କର୍ମଚାରୀମାନେ ଜଙ୍ଗଲରେ ବୁଲି ସ୍ଥିିତି ଅନୁଧ୍ୟାନ କରୁଛନ୍ତି। ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri