ନିର୍ବାଚନର ଦୁଇଦିନ ପୂର୍ବରୁ ହିଂସା, ବେନାପୋଲ ଏକ୍ସପ୍ରେସ ଟ୍ରେନରେ ନିଆଁ , ୪ ମୃତ

ଢାକା,୬।୧: ବାଂଲାଦେଶର ଗୋପିବାଗରେ ବେନାପୋଲ ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗିଯାଇଥିବା ଜଣାପଡିଛି। ଢାକା ଟ୍ରିବ୍ୟୁନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଢାକା ଟ୍ରିବ୍ୟୁନ ରିପୋର୍ଟ କରିଛି ଯେ ଶୁକ୍ରବାର ରାତି ପ୍ରାୟ ୯ଟା ୫ ମିନିଟରେ ଏହି ନିଆଁ ଲାଗିଥିବା ବେଳେ ଟ୍ରେନର ୫ଟି ବଗିକୁ ଏହା ବ୍ୟାପି ଯାଇଥିଲା। ତେବେ ମୃତ ୪ ଜଣଙ୍କର ପରିଚୟ ଏବେ ପର୍ଯ୍ୟନ୍ତ ମିଳିପାରି ନାହିଁ। ନିଆଁ ଲିଭା କାର୍ଯ୍ୟରେ ୭ଟି ଦମକଳ ଲାଗିଥିଲେ।
ଏହି ଘଟଣା ପରେ ଢାକା ମେଟ୍ରୋପଲିଟାନ ପୋଲିସ(ଡିଏମପି) ଆଡିସନାଲ କମିଶନର(କ୍ରାଇମ ଆଣ୍ଡ ଅପରେଶନ୍ସ) ମାହିଦ ଉଦିନ କହିଛନ୍ତି ଯେ ବେନାପୋଲ ଏକ୍ସପ୍ରେସରେ ନିଆଁ ଲାଗିବା ଏକ ଯୋଜନାବନ୍ଧ ଆକ୍ରମଣ ବା ପ୍ଲାନ୍ଡ ଆଟାକ।
ବାଂଲାଦେଶ ସାଧାରଣ ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକିଥିବା ବେଳେ ଏହି ଘଟଣା ଅତ୍ୟନ୍ତ ନିନ୍ଦନୀୟ। ତେବେ ଏହି ଘଟଣାରେ ଦୋଷୀଙ୍କୁ ଚିହ୍ନଟ କରାଯାଇ ନିଶ୍ଚିତ କଠୋର ଦିଣ୍ଡ ଦିଆଯିବ ବୋଲି ସେ କହିଛନ୍ତି। ଏହାସହ ସାଧାରଣ ଜନତା, ଛୋଟ ପିଲା ଓ ମହିଳାଙ୍କ ପ୍ରତି ଏଭଳି ବ୍ୟବହାର ଅମାନବିକତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri