ଗିରି ଗୋବର୍ଦ୍ଧନ ଜଙ୍ଗଲରେ ନିଆଁ, ବ୍ୟାପକ ଜଙ୍ଗଲ ନଷ୍ଟ, ଆୟତ୍ତ କଲେ ଅଗ୍ନିଶମ ବାହିନୀ-ଯୁବକ ସଙ୍ଘ

କୋକସରା,୧୦।୪, (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମକୁ ଲାଗି ରହିଥିବା ଗିରି ଗୋବର୍ଦ୍ଧନ ଜଙ୍ଗଲରେ ଗୁରୁବାର କୌଣସି କାରଣରୁ ହଠାତ ନିଆଁ ଲାଗି ଜଙ୍ଗଲ ସାରା ବ୍ୟାପି ଯାଇଥିଲା। ଏହାଦେଖି ସ୍ଥାନୀୟ ଯୁବକ ସଙ୍ଘ ପକ୍ଷରୁ ଆମପାଣି ଫରେଷ୍ଟ ସମେତ କୋକସରା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ଖବର ମିଳିବା ପରେ କୋକସରା ବ୍ଲକ ଅଗ୍ନିଶମ ବିଭାଗ ଓଆଇସି ପ୍ରଶାନ୍ତ କୁମାର ବାଘଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚି ଜଙ୍ଗଲରେ ଲାଗିଥିବା ନିଆଁକୁ ସ୍ଥାନୀୟ ଯୁବକ ସଙ୍ଘ କର୍ମକର୍ତ୍ତାଙ୍କ ମିଳିତ ସହଯୋଗରେ ଆୟତ୍ତ କରିଥିଲେ। ଅନ୍ୟପଟେ ଜଙ୍ଗଲ ତଳେ ଥିବା ଚାଷଜମିରେ ଧାନ ଚାଷ ମଧ୍ୟ ନଷ୍ଟ ହୋଇଥିବା ସ୍ଥାନୀୟ ଚାଷୀ ନୀଳମାଧବ ସାହୁ ଅଭିଯୋଗ କରିଛନ୍ତି।ତେବେ ଆମପାଣି ଫରେଷ୍ଟ କର୍ମଚାରୀଙ୍କୁ ଖବର ଦେଇଥିଲେ ସୁଦ୍ଧା ଦୀର୍ଘ ସମୟ ପରେ ମଧ୍ୟ ବନ ବିଭାଗ କର୍ମଚାରୀ ପହଞ୍ଚି ନଥିଲେ। ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟ ଯୁବକ ସଙ୍ଘ ନିଆଁକୁ ଆୟତ୍ତ କରିବା ପରେ ପହଞ୍ଚିଥିବା ସୂଚନା ମିଳିଛି। ଯାହାକୁ ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜଙ୍ଗଲର ସୁରକ୍ଷା ଦାୟିତ୍ୱରେ ଅବହେଳା କରୁଥିବା ଜଙ୍ଗଲ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କ ଏଭଳି ଅବହେଳା ଯୋଗୁଁ ଜଙ୍ଗଲ ନଷ୍ଟ ହେଉଥିବା ନେଇ ସ୍ଥାନୀୟ କାଉଡୋଳା ଗ୍ରାମବାସୀମାନେ ଅଭିଯୋଗ ଆଣିଛନ୍ତି।ଏନେଇ ଆମପାଣି ଫରେଷ୍ଟର ଚିତ୍ତରଞ୍ଜନ ବେହେରାଙ୍କ ପ୍ରତିକ୍ରିୟା ନେବାକୁ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri