ଶର୍ଟ ସର୍କିଟ ଯୋଗୁ ଘରେ ଅଗ୍ନିକାଣ୍ଡ : ୩ ଆହତ

ଛତ୍ରପୁର, ୧୦।୨(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ବଡ଼ପୁଟି ସ୍ଥିତ ତିଅରବସା ଗ୍ରାମରେ ଜଣଙ୍କ ଘରେ ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି l ଯାହା ଫଳରେ ଘରର ବିଭିନ୍ନ ଆସବାବ ପତ୍ର ନଷ୍ଟ ହେବା ସହିତ ଘରଟି ସମ୍ପୂର୍ଣ୍ଣ ପୋଡି ହୋଇଯାଇଛି l ଏଥିରେ ୩ ଜଣ ଆହତ ହୋଇ ଛତ୍ରପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତିଅରବସା ଗ୍ରାମର ଦୃଷ୍ଟିହୀନ ସୁଦର୍ଶନ ବେହେରାଙ୍କ ଘରେ ଆଜି ସା ସମୟରେ ହଠାତ୍‌ ବଲବ ଲାଇଟ ଫାଟି ଏପରି ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ସମ୍ପର୍କୀୟ ୩ ଜଣ ଭାଇ ଭଉଣୀ ଆହତ ହୋଇଛନ୍ତି । ଆହତମାନେ ହେଲେ ଶୁଭମ ବେହେରା, ଶିଶିର ବେହେରା ଓ ତାଙ୍କ ସମ୍ପର୍କୀୟ ଭଉଣୀ। ଖବରପାଇ ଅଗ୍ନିଶ୍ରମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସାମଗ୍ରୀ ଗୁଡିକ ନଷ୍ଟ ହୋଇଯାଇଛି। ସେମାନଙ୍କୁ ଉଦ୍ଧାର କରି ଛତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ। ସୁଦର୍ଶନ ବେହେରା ଜଣେ ଦୃଷ୍ଟିହୀନ ସହ ଗରିବ ଶ୍ରେଣୀ ବ୍ୟକ୍ତି ହୋଇଥିବାରୁ ସରକାରଙ୍କ ତରଫରୁ ତାଙ୍କୁ ସହାୟତା ପ୍ରଦାନ କରିବା ନିମନ୍ତେ ଚନ୍ଦ୍ରମଣି ପାତ୍ର ଓ ଗୁରଦେବ ବେହେରା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?