Posted inଜାତୀୟ

ହାଇଦ୍ରାବାଦ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟଣା, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୯: ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ସୋମବାର ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ବିଲଡିଂର ଗ୍ରାଉଣ୍ଡ ଫ୍ଲୋରରେ ଇଲେକ୍ଟ୍ରିକ ସ୍କୁଟର ଶୋ’ରୁମ ଥିଲା । ଏହାର ୪ ମହଲା ଉପରେ ଏକ ହୋଟେଲ ରହିଛି । ତେବେ ଇଲେକ୍ଟ୍ରିକ ସ୍କୁଟର ଚାର୍ଜ କରାଯିବା ବେଳେ ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଏବେ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ପହଞ୍ଚାଯାଇଛି । ଅନେକ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ତେବେ ଇଲେକ୍ଟ୍ରିକ ସ୍କୁଟର ଚାର୍ଜିଂ ପଏଣ୍ଟରେ ନିଆଁ ଲାଗି ବ୍ୟାଟେରି ଫାଟିବାରୁ ଏହି ଅଘଟଣ ହୋଇଥିବା କୁହାଯାଉଛି ।
ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପଣ୍ଡରୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।
ତେବେ ବିଲଡିଂରେ ହଠାତ୍ ନିଆଁ ଲାଗିଯିବାରୁ କେତେଜଣ ଲୋକେ ଜୀବନ ବଞ୍ଚାଇବାକୁ ତଳକୁ ଡେଇଁ ପଡିବାରୁ ଆହତ ହୋଇଛନ୍ତି । ସ୍ଥିତି ସର୍ମ୍ପକରେ ଜାଣିବାକୁ ମନ୍ତ୍ରୀ ଟି ଶ୍ରୀନିବାସ ଯାଦ, ଗୃହମନ୍ତ୍ରୀ ମହମୁଦ ଅଲି ଓ ହାଇଦ୍ରାବାଦ ସିଟି ପୋଲିସ କମିଶନର ଆନନ୍ଦ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ନିଆଁ ଲିଭାଇବାକୁ ତୁରନ୍ତ ଦମକଳ ଗାଡି ସେଠାରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri