Posted inଜାତୀୟ

ହାଇଦ୍ରାବାଦ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟଣା, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୯: ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ସୋମବାର ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ବିଲଡିଂର ଗ୍ରାଉଣ୍ଡ ଫ୍ଲୋରରେ ଇଲେକ୍ଟ୍ରିକ ସ୍କୁଟର ଶୋ’ରୁମ ଥିଲା । ଏହାର ୪ ମହଲା ଉପରେ ଏକ ହୋଟେଲ ରହିଛି । ତେବେ ଇଲେକ୍ଟ୍ରିକ ସ୍କୁଟର ଚାର୍ଜ କରାଯିବା ବେଳେ ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଏବେ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଥିବା ଜଣାପଡିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ପହଞ୍ଚାଯାଇଛି । ଅନେକ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ତେବେ ଇଲେକ୍ଟ୍ରିକ ସ୍କୁଟର ଚାର୍ଜିଂ ପଏଣ୍ଟରେ ନିଆଁ ଲାଗି ବ୍ୟାଟେରି ଫାଟିବାରୁ ଏହି ଅଘଟଣ ହୋଇଥିବା କୁହାଯାଉଛି ।
ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପଣ୍ଡରୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।
ତେବେ ବିଲଡିଂରେ ହଠାତ୍ ନିଆଁ ଲାଗିଯିବାରୁ କେତେଜଣ ଲୋକେ ଜୀବନ ବଞ୍ଚାଇବାକୁ ତଳକୁ ଡେଇଁ ପଡିବାରୁ ଆହତ ହୋଇଛନ୍ତି । ସ୍ଥିତି ସର୍ମ୍ପକରେ ଜାଣିବାକୁ ମନ୍ତ୍ରୀ ଟି ଶ୍ରୀନିବାସ ଯାଦ, ଗୃହମନ୍ତ୍ରୀ ମହମୁଦ ଅଲି ଓ ହାଇଦ୍ରାବାଦ ସିଟି ପୋଲିସ କମିଶନର ଆନନ୍ଦ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ନିଆଁ ଲିଭାଇବାକୁ ତୁରନ୍ତ ଦମକଳ ଗାଡି ସେଠାରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?