କାଞ୍ଜିପାଣି ଘାଟିରେ ନିଆଁ

କେନ୍ଦୁଝର, ୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ କାଞ୍ଜିପାଣି ଘାଟି ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବାରୁ ବ୍ୟାପକ ଜଙ୍ଗଲ ପୋଡ଼ି ଯାଇଛି। କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିଥିବାବେଳେ ଏଭଳି ନିଆଁ ପରିବେଶକୁ ଅଧିକ ଉତ୍ତପ୍ତ କରିଦେଉଛି। ଫଳରେ ମୂଲ୍ୟବାନ ଗଛଲତା ନଷ୍ଟ ହେଉଛି। ପୋଡୁ ଚାଷ ତଥା ଅନ୍ୟାନ୍ୟ କାରଣ ଯୋଗୁ ନିଆଁ ଲାଗୁଥିଲେ ହେଁ ବନ ବିଭାଗ ବନବାସୀଙ୍କୁ ସଚେତନ କରିବାରେ କିମ୍ବା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହେଉଥିବା ଏଭଳି ହେକ୍ଟର ହେକ୍ଟର ପରିମିତ ଜଙ୍ଗଲ ନଷ୍ଟ ହେଉଥିବା ପରିବେଶବିତମାନେ ମତବ୍ୟକ୍ତ କରୁଛନ୍ତି। ଉକ୍ତ ଜଙ୍ଗଲ ଓ ପାହାଡ଼ରେ ବାଘ, ଭାଲୁ, ହାତୀ, ହରିଣ, ବାରହା ଆଦି ଜୀବଜନ୍ତୁ ରହିଥିଲେ ହେଁ ପ୍ରବଳ ଗରମ ସାଙ୍ଗକୁ ନିଆଁ ସେମାନଙ୍କ ଜୀବନକୁ ଦୁର୍ବିସହ କରି ଦେଉଛି। ଫଳରେ ପ୍ରାଣ ବଞ୍ଚାଇବା ପାଇଁ ଅନେକ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ପଳାୟନ କରୁଛନ୍ତି ଅଥବା ଗ୍ରାମାଞ୍ଚଳମୁଖି ହୋଇ ମୃତ୍ୟୁମୁଖରେ ପଡିଛନ୍ତି। ସେହିପରି ଏହାର ସୁରକ୍ଷା ପାଇଁ ଥିବା ବନବିଭାଗ ଏହିସବୁ ଦେଖି ଆଖି ବୁଜି ଦେଇଥିବାବେଳେ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri