ପ୍ରବାସୀ କେନ୍ଦ୍ରରେ ଅଗ୍ନିକାଣ୍ଡ: ୪୦ ମୃତ, ୩୦ ଆହତ…

ମେକ୍ସିକୋ ସିଟି,୨୮।୩ : ଆମେରିକା ସୀମା ନିକଟ ଉତ୍ତର ମେକ୍ସିକୋର ଏକ ପ୍ରବାସୀ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି। ସୋମବାର ବିଳମ୍ବିତ ରାତିରେ ଟେକ୍ସାସର ଏଲ ପାସୋ ଠାରୁ ସିଉଡାଡ ଜୁଆରେଜ ସ୍ଥିତ ଏକ ଇମିଗ୍ରେଶନ ସେଣ୍ଟରରେ ଏହି ଅଘଟଣ ଘଟିଥିବା ଜଣାଯାଇଛି। ଖବର ଅନୁଯାୟୀ, ଏହି ଘଟଣାରେ ପ୍ରାୟ ୪୦ଜଣ ପ୍ରବାସୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଥିବା କୁହାଯାଉଛି। ଏହି ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି।

ଉଲ୍ଲେଖନୀୟ ବିଷୟ ହେଉଛି, ଆମେରିକା ଆଶ୍ରୟ ନେବାକୁ ଆସିଥିବା ପ୍ରବାସୀମାନଙ୍କ ପାଇଁ ସିଉଡାଡ ଜୁଆରେଜ ଏକ ପ୍ରମୁଖ କ୍ରସିଂ ପଏଣ୍ଟ। ଏଠାରେ ଅବସ୍ଥିତ କେନ୍ଦ୍ରଗୁଡିକ ସେମାନଙ୍କ ଅନୁରୋଧ ଉପରେ ବିଚାରାଧୀନ ନିଷ୍ପତ୍ତିର ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ଆଶ୍ରୟ ଦେଇଥାନ୍ତି। ଏହି କେନ୍ଦ୍ର ସେଥିମଧ୍ୟରୁ ଗୋଟିଏ।

ଖବରକାଗଜ ଡିଆରୋ ଡି ଜୁଆରେଜ ଚିହୁହୁଆ ରାଜ୍ୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସୂତ୍ରରୁ ପ୍ରକାଶ କରିଛି ଯେ, ଘଟଣାସ୍ଥଳରେ ଆମ୍ବୁଲାନ୍ସ, ଅଗ୍ନିଶମ କର୍ମଚାରୀ ଏବଂ ଭ୍ୟାନକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। ଖବରକାଗଜ ଅନୁଯାୟୀ ଆହତ ଲୋକଙ୍କୁ ଚିକିତ୍ସା ଲାଗି ଚାରିଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କିଛି ଗଣମାଧ୍ୟମ ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ ମେକ୍ସିକୋର ଆଟର୍ନି ଜେନେରାଲଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାର ତଦନ୍ତ ଆରମ୍ଭ କରାଯାଇଛି। ତଦନ୍ତକାରୀମାନେ ଘଟଣାସ୍ଥଳରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri