Posted inଜାତୀୟ

ହାଇଦ୍ରାବାଦର ଏକ ମାର୍କେଟ କମ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ୬ ମୃତ

ହାଇଦ୍ରାବାଦ,୧୭ ।୩: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ସିକନ୍ଦରାବାଦରେ ଏକ ବହୁ ମହଲା ବିଶିଷ୍ଟ କମର୍ସିଆଲ କମ୍ଲେକ୍ସରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ହୋଇଛି । ଏହି ଘଟଣାରେ ଅତିକମରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ମହିଳା ବି ସାମିଲ ଅଛନ୍ତି । ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଆମକୁ ସୂଚନା ମିଳିବା ବେଳକୁ ୬ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଯାଞ୍ଚ ପରେ ହିଁ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେବେ ଶ୍ୱାସରୁଦ୍ଧ ହୋଇ ଏମାନଙ୍କ ମୃତ୍ୟୁ ହୋଇଥିବାର ଅଧିକ ସମ୍ଭାବନା ରହିଛି ।

ଅଧିକାରୀଙ୍କ ସୂଚନା ଅନୁଯାୟୀ, ୧୨ ଜଣ ଆହତଙ୍କୁ ଚିକିତ୍ସା ଲାଗି ଭିନ୍ନ ଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ଚାଲିଥିବା ସମୟରେ ଗୋଟିଏ ହସ୍ପିଟାଲରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଅଧିକାରୀମାନେ କହିଛନ୍ତି, ପୀଡ଼ିତ ତେଲେଙ୍ଗାନାର ୱାରଂଗଲ ଓ ଖମ୍ମ ଜିଲାର ବାସିନ୍ଦା । ସେମାନେ ଏକ ମାର୍କେଟିଂ କମ୍ପାନୀରେ କାମ କରୁଥିଲେ, ଯାହାର ବହୁ ମହଲା ବିଶିଷ୍ଟ କମର୍ସିିଆଲ କମ୍ଲେକ୍ସରେ ଏକ କାର୍ଯ୍ୟାଳୟ ଥିଲା । ଦମକଳ କର୍ମୀ ଅନେକଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri