ନର୍ସିଂହୋମ୍‌ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ

କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଉପସ୍ଥିତ ରହିଛନ୍ତି। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ରୋଗୀ ଓ ଛୋଟ ଶିଶୁଙ୍କୁ ଉଦ୍ଧାର କରାଯାଇ ଏସ୍‌ସିବି ମେଡିକାଲ ଓ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଜୋନ୍‌-୬ ଏସିପି ଓ ପୋଲିସ କର୍ମଚାରୀ ପହଞ୍ଚି ନିୟନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri