ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ଗୋଟିଏ ପଟେ ରୌଦ୍ର ତାପରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅନ୍ୟପଟେ ବଣ, ଜଙ୍ଗଲରେ ନିଆଁ ଲାଗି ଗରମ ଓ ଗୁଳୁଗୁଳି ଦ୍ବିଗୁଣିତ ହେଉଛି। ତେବେ ଜନସଚେତନ ଓ ବନ ବିଭାଗର ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ପୂର୍ବାପେକ୍ଷା ଏବେ ପୋଡୁ ଚାଷ ପାଇଁ କିଛି ଅଞ୍ଚଳରେ ନିଆଁ ଲଗାଯାଉଥିବା ଜଣାପଡିଛି। ତେବେ ପାହାଡ଼ରେ ଚଲା ରାସ୍ତା ପାଇଁ ସୁବିଧା ଓ ସଲପ ରସ ପିଇବାକୁ ଯାତାୟତରେ ସୁବିଧା ହେବ ବୋଲି ଦୁର୍ବୁତ୍ତମାନେ ପାହାଡ଼ରେ ନିଆଁ ଲଗାଇଦେଉଥିବା ବେଳେ କିଛି ଶିକାରୀ ଜଙ୍ଗଲର ଜୀବଜନ୍ତୁଙ୍କୁ ଧରିବା ବା ତାଙ୍କ ପ୍ରାଣ ହାନୀ କରିବା ଉଦ୍ଦେଶ୍ୟରେ ଜଙ୍ଗଲରେ ନିଆଁ ଲଗାଇ ଫାଇଦା ନେଉଥିବା ବନ ବିଭାଗ ଜାଣିସାରିଛି। ସେମାନଙ୍କୁ ଧରିବା ପାଇଁ ବନ ବିଭାଗର ଟିମ ଚେଷ୍ଟା ଚଳାଇଥିବା ବାଲିଗୁଡା ଏସ୍‌ସିଏଫ ତଥା ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ସତିଶ କୁମାର ଧାରୁଆ କହିଛନ୍ତି। ବାଲିଗୁଡ଼ା ବନ ଉପଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡା ଏବଂ ଏସ୍‌ସି୍‌ଏଫ ସତୀଶ କୁମାର ଧାରୁଆଙ୍କ ସମେତ ବନ କର୍ମଚାରୀଙ୍କ ବୁଡ଼ାଗୁଡା ସେକ୍ସନ ପକାରୀ ବନାଞ୍ଚଳରେ ନିଆଁ ଲିଭାଇବାରେ ଡିଫଓ ସାମିଲ ହୋଇ ନିଆଁ ଲିଭାଇବାରେ ସାହାଯ୍ୟ କରିଥିଲେ।
ଯେ, ସଂରକ୍ଷିତ ଜଙ୍ଗଲ ସମେତ ରାଜସ୍ବ ଜଙ୍ଗଲ ଓ ପ୍ରସ୍ତାବିତ ସରଂକ୍ଷିତ ଜଙ୍ଗଲରେ ଦୁର୍ବୁତ୍ତମାନେ ନିଆଁ ଲଗାଇଦେଉଥିବାରୁ ଦାରିଙ୍ଗବାଡି ଓ ବ୍ରାହ୍ମଣୀଗାଁ ବନାଞ୍ଚଳରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହ ଦାରିଙ୍ଗବାଡି ବନାଞ୍ଚଳରେ ୩୦ ଜଣ ନିଆଁ ଜଗୁଆଳିଙ୍କୁ ୭ଟି ଦଳରେ ବିଭକ୍ତ କରାଯାଇ ବିଭିନ୍ନ ଜଙ୍ଗଲକୁ ସୁରକ୍ଷା ଯୋଗାଇବା କାର୍ଯ୍ୟ କରୁଛନ୍ତି। ସେହିପରି ଦାରିଙ୍ଗବାଡି ବନାଞ୍ଚଳରେ ୨୮ଟି ବନ ସଂରକ୍ଷଣ ସମିତି ସମେତ ବିଭିନ୍ନ ବିଦ୍ୟାଳୟ ଓ ଗ୍ରାମ ମିଶି ମୋଟ ୧୯୩ ଟି ଗ୍ରାମରେ ସଚେତନତା ବୈଠକ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନ କରାଯାଇଥିବା ବେଳେ ବ୍ରାହ୍ମଣୀଗାଁ ବନାଞ୍ଚଳ ଅଧିକାରୀ ହରିହର ବେହେରା, ଭାରପ୍ରାପ୍ତ ବନପାଳ ଦୀପକ ପଟ୍ଟନାୟକଙ୍କ ନେତୃତ୍ୱରେ ମୋଟ ୫୭ଟି ବନ ସଂରକ୍ଷଣ ସମିତି ସମେତ ୧୪୩ଟି ବୈଠକ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା କରାଯାଇଛି। ଏଥିସହ ୧୦ଜଣ ଅଗ୍ନି ନିରାପତ୍ତା ବାହିନୀ,୧୫ଜଣ ପ୍ରୋଟେକ୍ସନ ସ୍କ୍ବାର୍ଡ ଏବଂ ୧୫ଜଣ ନିଆଁ ଜଗୁଆଳି, ୮ ଜଣ ଅଫିସର ଓ ଅନ୍ୟ କର୍ମଚାରୀ ଜଙ୍ଗଲ
ସୁରକ୍ଷାରେ ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri