ପାଞ୍ଚଗଡ଼ ଜଙ୍ଗଲରେ ନିଆଁ

ବୋଲଗଡ଼,୨୪ା୪(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଖୋର୍ଦ୍ଧା ରେଞ୍ଜ୍‌ ବୋଲଗଡ଼ ବନପାଳ ଅଧୀନ ପାଞ୍ଚଗଡ଼ ସଂରକ୍ଷିତ ଜଙ୍ଗଲରେ ରବିବାର ନିଆଁ ଲାଗି ପ୍ରାୟ ଅଢ଼େଇ ଏକର ପରିମିତ ଅଞ୍ଚଳର ବୃକ୍ଷଲତା ଜଳିଯାଇଛି। ବୋଲଗଡ଼ ପଞ୍ଚାୟତ ମରଦାବାଡ଼ି ଗ୍ରାମ ନିକଟ ଜଙ୍ଗଲରେ ନିଆଁ ଲାଗିଥିବା ଖବର ପାଇ ବନପାଳ ପ୍ରଦୀପ ପଟ୍ଟନାୟକଙ୍କ ସମେତ ବିଭାଗୀୟ କର୍ମଚାରୀ ପହଞ୍ଚି ଅଗ୍ନିଶମ ବିଭାଗକୁ ଜଣାଇଥିଲେ। ପରେ ଅଗ୍ନିଶମ ଓ ବନ ବିଭାଗ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚାଲୁ ରହିଛି। ନିଆଁ ସମ୍ପୂର୍ଣ୍ଣ ଲିଭି ନ ଥିବା ବେଳେ ବହୁ ମୂଲ୍ୟବାନ ଗଛ ଜଳିଯାଇଛି। ସେହିପରି ଏହି ବ୍ଲକର ଡାବରଧୁଆ ପଞ୍ଚାୟତ ଅନ୍ତର୍ଗତ କପାସିଆ ନୂଆସାହି ନିକଟ ବେଲପଦର ରାସ୍ତାପାଶର୍‌ବ ଜମିରେ ଥିବା ଶୁଖିଲା ଘାସବୁଦାରେ ନିଆଁ ଲାଗି ଭୟଙ୍କର ପରିସ୍ଥିତ ଉପୁଜିଥିଲା। ଏଥିରେ ପ୍ରାୟ ଦୁଇ ଏକର ଜମି ଜଳୁଥିବା ବେଳେ ପବନ ଯୋଗୁ ନିକଟ କପାସିଆ ଗ୍ରାମ ନୂଆସାହିର ଏକ ବାଡ଼ରେ ନିଆଁ ଲାଗିଯାଇଥିଲା। ୫୭ ନମ୍ବର ଜାତୀୟ ରାଜପଥ ଧୂଆଁମୟ ହେବା ସହ କିଛି ସମୟ ଯାନବାହନ ଅଟକି ରହିଥିଲା। ଖବର ପାଇ ବୋଲଗଡ଼ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?