ପାପଡ଼ାହାଣ୍ଡି,୨।୧୧(ଡି.ଏନ୍.ଏ.): ଧାନଗଦାରେ ନିଆଁ ଲାଗି ଜଳିଗଲା ସୁନାର ଫସଲ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚନ୍ଦ୍ରପୁର ଗାଁର ଯଦୁ ମାଝୀଙ୍କ ଖଳାରେ। ବୁଧବାର ଭୋରରେ ହଠାତ୍ ନିଆଁ ଲାଗି ଗୋଟିଏ ଧାନଗଦା ପୋଡି ନଷ୍ଟ ହୋଇଯାଇଥିଲା। ତେବେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି। ନିଆଁ ଲାଗିଥିବା ଦେଖି ଗ୍ରାମବାସୀ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ମିଶି ନିଆଁକୁ ଆୟତ୍ତ କରିଥିଲା । ଖଳାରେ ଥିବା ୩ ଏକରର ଧାନଗଦାରେ ପାଖାପାଖି ୮୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନ ରହିଥିବା ଅନୁମାନ କରାଯାଉଛି । ଏହାର ମୂଲ୍ୟ ପ୍ରାୟ ୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହୋଇପାରେ ବୋଲି ଆକଳନ କରାଯାଉଛି । ଧାର କରଜ କରି ଋଣ ଆଣି ଚାଷ କରିଥିବା ଚାଷୀ ଋଣ କିପରି ଶୁଝିବେ ସେନେଇ ଚିନ୍ତାରେ ଅଛନ୍ତି । ଯଦୁ ମାଝିଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।
Posted inHome Left, ଆମ ଜିଲା ଖବର, ନବରଙ୍ଗପୁର View All
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

