ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ ଉଦ୍ୟମ ଜାରି ରଖିଛି। ବାୟୁ ମଣ୍ଡଳର ପ୍ରଚଣ୍ଡ ଉତ୍ତାପ ଓ ଜଙ୍ଗଲ ନିଆଁର ପ୍ରକୋପରେ ଜୀବଜନ୍ତୁ ଆକୁଳ ବ୍ୟାକୁଳ ହୋଇପଡ଼ୁଛନ୍ତି। ଜୀବନ ବଞ୍ଚାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଚାଲିଯାଉଛନ୍ତି।

ବାଟବଣା ହୋଇ ଶିକାରୀ ହାବୁଡରେ ପଡ଼ି ପ୍ରାଣ ହରାଉଥିବା ବେଳେ ଅନେକ ଗାଁ ମୁହାଁ ହେବାରେ ଲାଗିଛନ୍ତି।
। ଏଭଳି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସହଯୋଗ କରିବାର ସମୟ ଆସିଛି ବୋଲି ମତ ପ୍ରକାଶ ପାଇଛି। ମଙ୍ଗଳବାର ଅଭୟାରଣ୍ୟର ୧୧ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବା ବେଳେ ସୋମବାର ୩୫ଟି ପଏଣ୍ଟ ଚିହ୍ନଟ ହୋଇଥିଲା ବୋଲି ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ(ଆର୍‌ସିସିଏଫ୍‌) ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।

ମଙ୍ଗଳବାର ବାରିପଦାର ତାପାମାତ୍ରା ୪୬.୪ଡିଗ୍ରୀ ସେଲସିୟସରେ ପହଞ୍ଚତ୍ଥିଲା। ଦିନତମାମ ଅଗ୍ନି ବର୍ଷା ହେଉଥିବା ବେଳେ ଅଭୟାରଣ୍ୟର ନିଆଁ ତାପମାତ୍ରାକୁ ପ୍ରଭାବିତ କରିଛି । ନିଆଁ ଧୂଆଁ କବଳରେ  ବନ୍ୟପ୍ରାଣୀ ଅଣନିଶ୍ୱାସୀ ହୋଇପଡିଛନ୍ତି  । ନିଆଁ ଲିଭାରେ ନିୟୋଜିତ କର୍ମଚାରୀଙ୍କ ଅବସ୍ଥା ସଙ୍କଟାପନ୍ନ ଆଡକୁ ଗତି କରୁଛି । ଦୁଇ ଦିନ ପୂର୍ବେ ଦୁଇ କର୍ମଚାରୀ ଅଂଶୁଘାତରେ ଆକ୍ରାନ୍ତ ହୋଇ ପଡିଥିବା ନେଇ ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ (ପିସିସିଏଫ୍‌) ସୁଶାନ୍ତ ନନ୍ଦ ସୋସିଆଲ ମିଡିଆ ଏକ୍ସରେ ଜଣାଇଥିଲେ। ତେବେ ବନାଗ୍ନିକୁ ନିୟନ୍ତ୍ରଣ କରିବା ପାଇଁ ବନ ବିଭାଗର ଅନୁରୋଧ କ୍ରମେ ବାରିପଦା ବନଖଣ୍ଡ ପିଠାବଟା ରେଞ୍ଜରେ ୫୦ଜଣ ଗ୍ରାମବାସୀ ଓଡ୍ରାଫ୍ଟ ଟିମ ସହିତ ଯୋଗ ଦେଇଛନ୍ତି। ଓଡ୍ରାଫ୍ଟ ଟିମ ସହିତ ବନ କର୍ମଚାରୀ ଓ ଏସଟିଏଫ୍‌ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବାକୁ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛନ୍ତି। ମଙ୍ଗଳବାର ଶିମିଳିପାଳ ଅଭୟାରଣ୍ୟ ରାଇରଙ୍ଗପୁର ବନଖଣ୍ଡରେ ୧ଟି, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଞ୍ଚଳରେ ୯ଟି ଓ ଉତର ବନଖଣ୍ଡ ଅଞ୍ଚଳରେ ୧ଟି ସ୍ଥାନକୁ ମିଶାଇ ମୋଟ ୧୧ଟି ଫାୟାର ପଏଣ୍ଟ ଚିହ୍ନଟ କରାଯାଇଛି। ସଚେତନତା ହିଁ ବନାଗ୍ନି ରୋକିବାରେ ସହାୟକ ହେବ ବୋଲି ପରିବେଶବିତ୍‌ମାନେ ମତପ୍ରକାଶ କରୁଛନ୍ତି। ତେବେ ଜରୁରୀକାଳୀନ ସମୟରେ ସମସ୍ତେ ଏକ ସ୍ବର ଓ ଏକ ପ୍ରାଣ ଦେଇ ବନାଗ୍ନିକୁ ରୋକିବା ପାଇଁ ହାତ ବଢାଇବା ଜରୁରୀ ବୋଲି ପ୍ରକୃତିପ୍ରେମୀମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?