ଟଣକାସାହି ସଂରକ୍ଷିତ ଜଙ୍ଗଲରେ ନିଆଁ

ଉଦଳା,୨୯।୧ (ଡି.ଏନ.ଏ): ଶୀତ ନ ସରୁଣୁ ବିଭିନ୍ନ ଜଙ୍ଗଲରେ ଏବେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ୬ ଦିନ ପୂର୍ବେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ତିନିକୋଶିଆ ଜଙ୍ଗଲରେ ନିଅଁା ଲାଗିଥିଲା। ବନବିଭାଗ ଏହାକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। ଶନିବାର ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଟଣକାସାହି ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଯାଇଥିଲା। ନିଆଁର ପ୍ରକୋପ ଏତେ ତୀବ୍ର ଥିଲା ଯେ, ଜଙ୍ଗଲରେ ଥିବା ବଡ଼ ବଡ଼ ମୂଲ୍ୟବାନ ଶାଗୁଆନ ଗଛ, ବହୁ ଔଷଧୀୟ ଗୁଳ୍ମ ପୋଡ଼ିଯାଇଛି। ଜଙ୍ଗଲରେ ଶୁଖିଲାପତ୍ର ପଡ଼ିଥିବାରୁ ନିଆଁ ଚାରିଆଡକୁ ବ୍ୟାପିଯାଇଥିଲା। ବନବିଭାଗ ପହଞ୍ଚତ୍ ୩ ଘଣ୍ଟା ପରିଶ୍ରମ ପରେ ଆୟତ୍ତ କରିବାରେ ସକ୍ଷମ ହୋଇଛି। ଜଙ୍ଗଲ ଭିତରେ ପୂର୍ବରୁ ପଡ଼ିଥିବା ଶୁଖିଲା ପତ୍ରକୁ ଅଲଗା କରିବାରେ ବନବିଭାଗ ହେଳା କରିଥିବାରୁ ନିଆଁ ଲାଗିଥିବା ପରିବେଶବିତ୍‌ କହିଛନ୍ତି। ତେବେ ଜଙ୍ଗଲରେ କେହି ଦୁର୍ବୃତ୍ତ ନିଅଁା ଲଗାଇ ଦେଇଥିବା ଆଶଙ୍କା କରାଯାଉଛି। ରେଞ୍ଜର ଅରୁଣ ବେହେରା କହିଛନ୍ତି, ଜଙ୍ଗଲରେ ନିଆଁ ଲଗିଥିବା ଖବର ପାଇ କର୍ମଚାରୀମାନେ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ଦୀର୍ଘ ସମୟ ପରିଶ୍ରମ ପରେ ନିଆଁକୁ ଆୟତ୍ତକୁ ଆଣିଥିଲେ। ଘଟଣା ଉପରେ ବନ ବିଭାଗ ନଜର ରଖିଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?