ରାଜଧାନୀ ସୁପରଫାଷ୍ଟରେ ନିଆଁ

ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍‌ ରାଜଧାନୀ ଟ୍ରେନ୍‌ର ପେଣ୍ଟ୍ରିକାର୍‌ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌କୁ ବ୍ରେକ୍‌ ଦେଇ ଜଳେଶ୍ୱର ଷ୍ଟେଶନର ଅନତି ଦୂରରେ ଅଟକା ଯାଇଥିଲା। କେତେକ ଯାତ୍ରୀ ଭୟଭୀତ ହୋଇ ବଗିରୁ ଓହ୍ଲାଇ ଏଣେତେଣେ ଦୌଡୁଥିବା ଦେଖିବାକୁ ମିଳିଥିଲା। ସେମାନଙ୍କ ମଧ୍ୟରୁ କେତେକ ଆହତ ହୋଇଥିବା ସୂଚନା ମିଳଛି।
ଟ୍ରେନ୍‌ ଦ୍ରୁତଗତିରେ ଚାଲିଥିବା ବେଳେ ପେଣ୍ଟ୍ରିକାର୍‌ ତଳେ ଥିବା ବ୍ରେକ୍‌ରେ ଘର୍ଷଣ ଯୋଗୁ ନିଅଁା ଲାଗିଥିବା କୁହାଯାଇଛି। ପ୍ରବଳ ରୌଦ୍ରତାପ ଓ ରେଳଧାରଣା ସହିତ ଘର୍ଷଣ ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ରେଲଓ୍ବେ ସୂତ୍ରରୁ ଜଣାପଡ଼ିଛି। ଟ୍ରେନ୍‌ ୩ଟା ୩୪ମିନିଟରେ ଛିଡ଼ା ହୋଇ ପୁଣି ୩ଟା ୫୦ରେ ଯାତ୍ରା ଆରମ୍ଭ କରିଥିଲା। ଟ୍ରେନ ଗାର୍ଡ, ଡ୍ରାଇଭର ଓ ଜଳେଶ୍ୱର ଷ୍ଟେଶନ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହିତ ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କଲା ପରେ ଟ୍ରେନ୍‌ ଗନ୍ତବ୍ୟସ୍ଥଳରେ ଯାତ୍ରା ଆରମ୍ଭ କରିଥିଲା। ଷ୍ଟେଶନ ସୁପରିଣ୍ଟେଣ୍ଡେଣ୍ଟ ଖଗେନ୍ଦ୍ର କୁମାର ମଣ୍ଡଳଙ୍କୁ ପଚାରିବାରୁ ଗ୍ରୀଷ୍ମଦିନ ଯୋଗୁ ଦ୍ରୁତଗାମୀ ଟ୍ରେନ୍‌ଗୁଡିକରେ ଏପରି ନିଅଁା ଲାଗୁଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri