ଜଙ୍ଗଲରେ ନିଆଁ, ରାସ୍ତାରେ ମୟୂର

ବୁଗୁଡ଼ା,୧୫।୩(ଡି.ଏନ୍‌.ଏ.): ସମ୍ପ୍ରତି ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ଯୋଗୁଁ ରାସ୍ତାରେ ମୟୂରମାନେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଅଗ୍ନି ନିର୍ବାପନରେ ବିଫଳତା ଯୋଗୁଁ ସ୍ଥାନୀୟ ବନ ବିଭାଗ ଅଡୁଆରେ ପଡିଛି। ବନ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଅନେକଗୁଡିଏ ବନ ସୁରକ୍ଷା ସମିତି ଗଠନ କରାଯାଇଥିଲେ ହେଁ ଏ ଅସମୟରେ ସେଗୁଡିକର ଭୂମିକା ଲୋକଲୋଚନକୁ ଆସୁନାହିଁ। ବନ୍ୟଜନ୍ତୁ ଶିକାର, ଚୋରା କାଠ ଓ ଅଙ୍ଗାର ପାଇଁ ଦୁର୍ବୃତ୍ତମାନେ ଜଙ୍ଗଲ ଦହନ ଭଳି ଅମାନବୀୟ କାଣ୍ଡ ଘଟାଉଥିବା ନେଇ ସର୍ବତ୍ର ଆଲୋଚନା ହେଉଥିଲେ ହେଁ ସେହି ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ପାରୁନାହିଁ। ଏହି ମାନବକୃତ ବନାଗ୍ନି ପାଇଁ ଏକ ପକ୍ଷରେ ଆବଶ୍ୟକୀୟ ଜନ ସଚେତନତାର ଅଭାବକୁ ସାଧାରଣରେ ଦାୟୀ କରାଯାଉଥିବା ବେଳେ ଅନ୍ୟପକ୍ଷରେ ସ୍ଥାନୀୟ ଗଣମାଧ୍ୟମର ଦୃଷ୍ଟି ଆଢୁଆଳରେ ଖାଦ୍ୟପେୟକୁ ପ୍ରାଧାନ୍ୟ ଦେଇ କାମଚଳା ବନ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ଆୟୋଜକ ବନ ବିଭାଗକୁ ମଧ୍ୟ ବୁଦ୍ଧିଜୀବୀ ମହଲରେ ଦାୟୀ କରାଯାଉଛି। ସାମାଜିକ ବନୀକରଣ ଓ ବନ୍ୟପ୍ରାଣୀ ସୁରକ୍ଷାର ସଚେତନତା ପାଇଁ ଅଜସ୍ର ସରକାରୀ ଅର୍ଥ ବ୍ୟୟ ହେଉଥିଲେ ସୁଦ୍ଧା ସ୍ଥାନୀୟ ବନ ବିଭାଗର ନିଷ୍ଫଳ ଉଦ୍ୟମ ଯୋଗୁଁ ତାହା ବ୍ୟର୍ଥ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?