ପାରଶନାଥ ଏମ୍ପୋରିୟମରେ ନିଆଁ

ନବରଙ୍ଗପୁର,୩୧।୩(ବି.ପ୍ର.): ନବରଙ୍ଗପୁର ସହର ମୁଖ୍ୟ ରାସ୍ତା ତଥା ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ପାରଶନାଥ ଏମ୍ପୋରିୟମ ଲୁଗାଦୋକାନରେ ନିଆଁ ଲାଗିଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇ ପାରି ନ ଥିଲା। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ। ପ୍ରକାଶ ଯେ, ଅପରାହ୍ନ ପ୍ରାୟ ୪ଟାରେ ଲୁଗା ଦୋକାନରେ ହଠାତ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି। ନିଆଁ ଲାଗିବାଦ୍ୱାରା ସହର ଏବେ ଧୂଆଁ ବଳୟରେ ରହିଛି। ଜିଲାପାଳ ଅଜିତ୍‌ କୁମାର ମିଶ୍ର, ଏସ୍‌ପି ପ୍ରହଲ୍ଲାଦ ସାହଇ ମୀନା, ତହସିଲଦାର ରବୀନ୍ଦ୍ର ରାଉତଙ୍କ ସମେତ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ଏକତରଫା ରାସ୍ତା କରିବାକୁ ପୋଲିସ ବାଧ୍ୟ ହୋଇଥିଲା। ତେବେ ବିଦ୍ୟୁତ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri