ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ ନିଯୁକ୍ତି ହୋଇଛନ୍ତି ବନ ବିଭାଗ ଓ ଅଗ୍ନିଶମ ବିଭାଗର ସ୍ପେଶାଲ ଟିମ l ଅତ୍ୟଧିକ ଗରମ ସହିତ ନିଆଁର ପ୍ରଭାବ ଯୋଗୁ ଜଙ୍ଗଲ ଜନ୍ତୁ ଏବେ ବିପଦରେ ଅଛନ୍ତି। ତେବେ ନିଆଁକୁ ଖୁବନ୍‌ଶୀଘ୍ର ଆୟତ୍ତ କରାଯିବ ବୋଲି ବନ କର୍ମଚାରୀ କହୁଥିବାବେଳେ ଅଭୟାରଣ୍ୟର କେତେକ ସ୍ଥାନରେ ନିଆଁକୁ ପାଣି ପକାଇ ଲିଭାଯାଇଛି l ଅଧିକାଂଶ ଦିନ ଜଙ୍ଗଲରେ ଏପରି ନିଆଁ ଲାଗୁଛି ଏବଂ ବନ ବିଭାଗ ନିଆଁ ଲିଭାଉଛି। ସ୍ଥାନୀୟ ଲୋକ ଲୋକେ ନିଆଁ ନ ଲଗାଇବାକୁ ବନ ବିଭାଗ ତରଫରୁ ଅନୁରୋଧ କରାଯାଇଛି। ବର୍ତ୍ତମାନ ସମୟରେ ଶୁଖିଲା ପତ୍ର ର ନିଆଁ ଲାଗିବାରୁ ନିଆଁ ସବୁଆଡେ ବ୍ୟାପି ଯାଉଥିବାବେଳେ ଏହାକୁ ଆୟତ୍ତ କରିବାକୁ କଷ୍ଟ ହେଉଛି। ହଦଗଡ଼ ରେଞ୍ଜ ଅଧୀନରେ ୯ଟି ବିଟ ହାଉସ ଥିବାବେଳେ ପ୍ରତ୍ୟେକ ସ୍ଥାନରେ କର୍ମଚାରୀ ମାନେ ନିଆଁ କୁ ପ୍ରତିରୋଧ କରିବାକୁ ଜଗି ରହିଛନ୍ତି l କିନ୍ତୁ ଜଙ୍ଗଲରେ ନିଆଁ ଲଗାଇଲେ ବନ୍ୟଜନ୍ତୁ ଭୟରେ ବାହାରକୁ ଆସିବେ ଏବଂ ଶିକାର ସହଜ ହେବା ଲକ୍ଷ୍ୟରେ ନିଆଁ ଲଗାଯାଉଥିବା ଜଣାପଡିଛି। ଏହି ଅଭୟାରଣ୍ୟ ବାଲେଶ୍ୱର, ମୟୁରଭଞ୍ଜ ଏବଂ ଭଦ୍ରକ ଜିଲାକୁ ସଂଯୋଗ କରୁଛି l ଅଭୟାରଣ୍ୟ ପରିଧିରେ ଜନବସତି ଗଢି ଉଠିଥିବାରୁ ଶିକାରୀମାନେ ଅଧିକାଂଶ ସମୟରେ ସହଜରେ ଶିକାର କରିବାକୁ ସକ୍ଷମ ହୁଅନ୍ତି l ଆଉ କେତେବେଳେ ଧରାପଡ଼ାନ୍ତି l ଅଭୟାରଣ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri