Posted inଜାତୀୟ

ଉଦୟପୁର-ଖଜୁରାହୋ ଇଣ୍ଟରସିଟି ଇଞ୍ଜିନରେ ଅଗ୍ନିକାଣ୍ଡ…

ଗ୍ବାଲିୟର,୧୯।୮ : ମଧ୍ୟପ୍ରଦେଶରେ ଟ୍ରେନ ଦୁର୍ଘଟଣା ଘଟିଛି। ଶନିବାର ଗ୍ବାଲିୟର ଏକ୍ସପ୍ରେସ ଟ୍ରେନର ଇଞ୍ଜିନରେ ହଠାତ ଅଗ୍ନିକାଣ୍ଡ ଘଟି ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଯାତ୍ରୀମାନେ ଟ୍ରେନରୁ ଧୂଆଁ ବାହାରୁଥିବା ଦେଖି ଆତଙ୍କିତ ହୋଇ ଭୟରେ ଟ୍ରେନରୁ ଓହ୍ଲାଇ ପଡ଼ିଥିଲେ। ସୂଚନା ପାଇବା ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ତେବେ ଏହି ଘଟଣାର କାରଣ ଅନୁସନ୍ଧାନ କରାଯାଉଛି।

ଟ୍ରେନ ନମ୍ବର ୧୯୬୬୬ଉଦୟପୁର ସହରରୁ ଖଜୁରାହୋରେ ପହଞ୍ଚିଥିଲା। ଟ୍ରେନ ଉଦୟପୁରରୁ ରାତି ୧୦ଟା ୧୫ରେ ଛାଡି ଏହାର ପରଦିନ ସା ୬ ଟା ୫୦ ରେ ଖଜୁରାହୋରେ ପହଞ୍ଚିଥାଏ। ମଧ୍ୟପ୍ରଦେଶର ଉଦୟପୁର ଖଜୁରାହୋ ଏକ୍ସପ୍ରେସ ଟ୍ରେନର ଇଞ୍ଜିନରେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। ଇଞ୍ଜିନରୁ ଧୂଆଁ ବାହାରୁଥିବା ଦେଖି ଗ୍ବାଲିୟରର ସିଥୋଲି ରେଳ ଷ୍ଟେଶନରେ ଟ୍ରେନ ଅଟକି ରହିଲା। ଟ୍ରେନରେ ନିଆଁ ଲାଗିବା ପରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଟ୍ରେନ ଅଟକିବା ମାତ୍ରେ ଲୋକମାନେ ଓହ୍ଲାଇ ପଡ଼ିଥିଲେ। ଏହା ପରେ ମୋଟର ପାଇଲଟ ନିକଟସ୍ଥ ଷ୍ଟେଶନ ମାଷ୍ଟରଙ୍କୁ ଏ ବିଷୟରେ ସୂଚନା ଦେଇଥିଲେ। ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ଇଞ୍ଜିନ ବଦଳାଇବା କାମ ଚାଲିଛି ।

ଦୁର୍ଘଟଣା ଯୋଗୁ ଏହି ମାର୍ଗକୁ ଆସୁଥିବା ଟ୍ରେନ ଗୁଡିକ ଘଟଣା ପୂର୍ବରୁ ଅଟକି ଯାଇଥିଲା। ଖୁବ ଶୀଘ୍ର ଟ୍ରେନ ଅନ୍ୟ ଏକ ଇଞ୍ଜିନ ସ୍ଥାପନ କରି ଗନ୍ତବ୍ୟ ସ୍ଥଳକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?