କଳାହାଣ୍ଡି ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ

ଭବାନୀପାଟଣା,୧୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ କିଛି ଦିନ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏପରି ପରିସ୍ଥିତିରେ ଜିଲାର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲ ଗୁଡିକରେ ନିଆଁ ଲାଗୁଥିବା ସୂଚନା ମିଳିଛି। ଜିଲାର ଉତ୍ତର ଡିଭିଜନରେ ଶୁକ୍ରବାର ୨୭ ଗୋଟି ସ୍ଥାନ ରେ ନିଆଁ ଲାଗି ଯାଇଥିଲା। ତେବେ ରାତି ସୁଦ୍ଧା ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଥିବା ଉତ୍ତର ବନଖଣ୍ଡ ଅଧିକାରୀ ଅନୁରାଗ ମିଶ୍ର ସୂଚନା ଦେଇଛନ୍ତି। ପ୍ରବଳ ତାତି ଏବଂ ଅନ୍ୟାନ୍ୟ କାରଣରୁ ଶୁକ୍ରବାର ଜିଲାର ମଦନପୁର ରାମପୁର ଡିଭିଜନର ଜୁରାଖମନ, ମଦନପୁର ଜଙ୍ଗଲରେ ବଡଧରଣର ନିଆଁ ଲାଗିଥିଲା। ସେହିପରି ଭବାନୀପାଟଣା ଡିଭିଜନ ଥୁଆପଦର ଗୁଣ୍ଡି ଜଙ୍ଗଲ ଏବଂ ଭଟାଙ୍ଗପଦର ଜଙ୍ଗଲରେ ମଧ୍ୟ ନିଆଁ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରାଯାଇଛି। ଏହାସହିତ ସାଉଥ ଡିଭିଜନ ଅଧୀନରେ ଥିବା ଗୋଲାମୁଣ୍ଡା ବ୍ଲକର ଗରଗାବ, ଦଶପୁର, ବୋର୍ଡା, କେଗାଁ ସମେତ ଧର୍ମଗଡ ରେଞ୍ଜ ଅଧୀନରେ ଥିବା ଆମପାଣି ସେକ୍ସନର ସାହାଜଖୋଲ ଜଙ୍ଗଲରେ ନିଆଁ ଲାଗିଥିଲା। ଏହାକୁ ବନବିଭାଗ ଅଧିକାରୀ ଏବଂ କର୍ମଚାରୀମାନଙ୍କ ତତ୍ତ୍ୱାବଧାନରେ ଆୟତ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?