ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ ବେଶ୍‌ ସୁହାଉଛି। ଅଭୟାରଣ୍ୟର ଜୋଡାଚୁଆ ଅଞ୍ଚଳରୁ ବନକର୍ମଚାରୀମାନେ ୩୮ କି.ଗ୍ରା ଓଜନର ଏକ ମୃତ ସମ୍ବର ସହ ଗୋଟିଏ ଦେଶୀ ବନ୍ଧୁକ, ଗୁଳି ଜବତ କରିଛନ୍ତି। ସମ୍ବର ଶିକାର ଅଭିଯୋଗରେ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି।
ବୁଧବାର ଅଭୟାରଣ୍ୟର ଜୋଡ଼ାଚୁଆ ଅଞ୍ଚଳରେ କେତେଜଣ ଶିକାରୀ ଯାଇଥିବା ବନ ବଭାଗକୁ ଖବର ମିଳିଥିଲା। ଏନେଇ କୁଲଡ଼ିହା ରେଞ୍ଜର ବିଜୟ କୁମାର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଫରେଷ୍ଟର ଉମାକାନ୍ତ ଜେନା, ଫରେଷ୍ଟଗାର୍ଡ଼ ଓ ସବୁଜବାହିନୀ ଏକ ଟିମ୍‌ ରାତି ପ୍ରାୟ ୧୦ଟାରେ ଚଢ଼ାଉ କରିଥିଲେ। ସେତିକିବେଳେ ବନକର୍ମଚାରୀଙ୍କୁ ଦେଖି ୨ଜଣ ଶିକାରୀ ଖସି ପଳାଇଥିଲେ। କେସିପୁର ପଞ୍ଚାୟତ ବେତକଟା ଅଞ୍ଚଳର ବସନ୍ତ ମଢ଼େଇ (୩୫)ଙ୍କୁ କର୍ମଚାରୀ କାବୁ କରିନେଇଥିଲେ। ତାଙ୍କ ପାଖରୁ ମୃତ ସମ୍ବର ଜବତ କରାଯାଇଥିଲା। ଏନେଇ ବନ ବିଭାଗ ଏକ ମାମଲା (ନଂ. ୭୩/୨୦-୨୧) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?