Posted inଜାତୀୟ

ଜଳୁଛି ପ୍ରତିହିଂସାର ନିଆଁ, ୧୨ ଘଣ୍ଟାରେ ୨ ରାଜନେତାଙ୍କୁ ହତ୍ୟା…

ଥିରୁଭାନନ୍ତପୁରମ୍‌, ୧୯।୧୨: କେରଳରେ ରାଜନୈତିକ ପ୍ରତିହିଂସାର ନିଆଁ ବ୍ୟାପିବାରେ ଲାଗିଛି। ରବିବାର ଅଲାପ୍ପୁଝାରେ ଭାଜପା ନେତା ଓବିସି ମୋର୍ଚ୍ଚା ସଚିବ ରଞ୍ଜିତ ଶ୍ରୀନିବାସନଙ୍କୁ ତାଙ୍କ ଘର ନିକଟରେ ଅଜଣା ଆକ୍ରମଣକାରୀ ହତ୍ୟା କରିଛନ୍ତି। ୧୨ ଘଣ୍ଟା ପୂର୍ବରୁ ଜିଲାରେ ସୋସିଆଲ ଡେମୋକ୍ରାଟିକ ପାର୍ଟି ଅଫ ଇଣ୍ଡିଆ (ଏସଡିପିଆଇ)ର ନେତା ରାଜ୍ୟ ସଚିବ ଶାନ କେ.ଏସ.ଙ୍କୁ ଛୁରୀରେ ହତ୍ୟା କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ଜିଲାରେ ୧୪୪ ଧାରା ଜାରି କରାଯାଇଥିବା ଜିଲାପାଳ ଏ.ସିକନ୍ଦର ସୂଚନା ଦେଇଛନ୍ତି।

ପୋଲିସର ସୂଚନାନୁସାରେ,ଭାଜପା ନେତାଙ୍କ ହତ୍ୟା ମାମଲାରେ ୧୧ ଜଣଙ୍କୁ ଗିରଫ କରାଯାଇଛି। ଏଥିମଧ୍ୟରୁ କିଛି ଏହି ମାମଲାରେ ସିଧାସଳଖ ଜଡିତ ହେବାର ଆଶଙ୍କା ରହିଛି। ଏହି ଦୁଇଟି ଘଟଣାକୁ ନେଇ ରାଜ୍ୟ

ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଉଦବେଗ ପ୍ରକାଶ କରିବା ସହିତ ଏହାର କଡ଼ା ନିନ୍ଦା କରିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ ପୋଲିସ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି। ଏଭଳି ସଂକୀର୍ଣ୍ଣ ଚିନ୍ତାଧାରା ଏବଂ ଅମାନବୀୟ କାର୍ଯ୍ୟ ରାଜ୍ୟ ପାଇଁ ଖରାପ ବୋଲି ସେ କହିଛନ୍ତି। ହତ୍ୟାକାରୀ ଗୋଷ୍ଠୀ ଏବଂ ସେମାନଙ୍କର ଘୃଣ୍ୟ ମନୋଭାବକୁ ସେ ସମାଲୋଚନା କରିଛନ୍ତି।

ମୃତ ଶ୍ରୀନିବାସନଙ୍କୁ ତାଙ୍କ ଘର ବାହାରେ ହତ୍ୟା କରାଯାଇଛି। ପୋଲିସ କହିଛି ଯେ ସେ ସକାଳେ ମର୍ନିଂଓ୍ବାର୍କରେ ବୁଲିବାକୁ ବାହାରିଥିବାବେଳେ ଆଠ ଜଣିଆ ଆକ୍ରମଣକାରୀ ଦଳ ତାଙ୍କୁ ଆକ୍ରମଣ କରି ଛୁରୀରେ ହତ୍ୟା କରିଥିଲେ। ଡାକ୍ତରଖାନା ଯିବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

ସେହିପରି ଏସଡିପିଓ ନେତା ନିଜ ସ୍କୁଟରରେ ମାନ୍ନାଚେରୀକୁ ଫେରୁଥିବା ବେଳେ ତାଙ୍କୁ ଆକ୍ରମଣ କରାଯାଇଥିଲା। ପୋଲିସ କହିଛି ଯେ କାରରେ ଆସିଥିବା ଆକ୍ରମଣକାରୀମାନେ ପ୍ରଥମେ ତାଙ୍କ ଦୁଇ ଚକିଆ ଯାନକୁ ଧକ୍କା ଦେଇଥିଲେ ଏବଂ ସେ ତଳେ ପଡ଼ିଯିବା ମାତ୍ରେ ତାଙ୍କୁ ଛୁରୀରେ ଆକ୍ରମଣ କରାଯାଇଥିଲା। ପରେ ଏର୍ନାକୁଲମର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?