Posted inଜାତୀୟ

ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ମୁମ୍ବାଇ,୨୯।୧: : ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ ଗାଡି ନଂ- ୧୨୯୯୩ରେ ଭୟଙ୍କର ଅଗ୍ନିକାଣ୍ଡ । ମହାରାଷ୍ଟ୍ର ନନ୍ଦୁରବର ଷ୍ଟେସନକୁ ପଶୁଥିବା ବେଳେ ଶନିବାର ଏହି ଘଟଣା ଘଟିଛି। ଏ ନେଇ ଓ୍ବେଷ୍ଟର୍ଣ୍ଣ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରେନ୍‌ର ପ୍ୟାଣ୍ଟ୍ରି କାର୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି।
ସୂଚନାନୁସାରେ, ଏହି ଏକ୍ସପ୍ରେସ୍‌ ଟ୍ରେନ ଗାନ୍ଧୀଧାମରୁ ପୁରୀ ଆସୁଥିଲା। ମହାରାଷ୍ଟ୍ର ନନ୍ଦୁରାବର ଷ୍ଟେସନ ନିକଟରେ ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ରେ ହଠାତ୍‌ ନିଆଁ ଲାଗିଥିବା ସୂଚନା ମିଳିଥିଲା । ଏହାପରେ ଟ୍ରେନ୍‌କୁ ଅଟକାଯାଇ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ କର୍ମଚାରୀ ତୁରନ୍ତ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ କେମିତି ଲାଗିଲା ସେନେଇ ତଦନ୍ତ ଆରମ୍ଭ ହୋଇଛି। ଏବେ ଯାଏ କୌଣସି କ୍ଷତକ୍ଷତିର ସୂଚନା ମିଳିନାହିଁ । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri