ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର  ୪୬ ଡିଗ୍ରୀ ସହ ଝାରସୁଗୁଡା ଲଗାତର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ତାପମାତ୍ରା ଆହୁରି ବଢିବ ଓ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତାପମାତ୍ରା ବୃଦ୍ଧି ସହିତ ଆର୍ଦ୍ରତା ପ୍ରଭାବରେ ପଶ୍ଚିମ ଓ ଉପକୂଳ ଅଞ୍ଚଳରେ ସ୍ଥିତି ସଙ୍ଗିନ ହୋଇପାରେ। ସମ୍ବଲପୁର ଓ ବଲାଙ୍ଗୀର ଜିଲାକୁ ଅତ୍ୟନ୍ତ ଗରମ ଓ ଗୁଳୁଗୁଳି ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ନୂୂଆପଡ଼ା, ଅନୁଗୋଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ଅପରପକ୍ଷେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଖରା ସମୟରେ ବିଶେଷକରି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆବଶ୍ୟକ ନ ଥିଲେ ଘରୁ ବାହାରନ୍ତୁ ନାହିଁ। ପର୍ଯ୍ୟାପ୍ତ ପରିମାଣରେ ପାଣି ପିଇବା, ଢିଲା, ହାଲୁକା ଏବଂ କଟନ ପୋଷାକ ପରିଧାନ କରିବା, ଜଳୀୟ ଅଂଶ ଥିବା ଫଳ ଖାଇବା, ଘରକୁ ଥଣ୍ଡା ଓ ବାତାନୁକୂଳ ରଖିବା ପାଇଁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ତାପମାତ୍ରା ୪୫.୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୫, ସୋନପୁର ୪୩.୯, ତାଳଚେର ଓ ବରଗଡ଼ ୪୩.୮, ଟିଟିଲାଗଡ଼ ୪୩.୫, ବଲାଙ୍ଗୀର ୪୩.୩, ସୁନ୍ଦରଗଡ଼ ଓ ଭବାନୀପାଟଣା ୪୨.୮, ଅନୁଗୋଳ ୪୨.୧, ନୟାଗଡ଼ ୪୨, ନୂଆପଡ଼ା ଓ ଖୋର୍ଦ୍ଧା ୪୧.୫, ରାଉରକେଲା ୪୧.୩, କେନ୍ଦୁଝର ୪୦.୭, ବାରିପଦା ଓ ଯାଜପୁର ୪୦.୪, କେନ୍ଦ୍ରାପଡା ୪୦.୨, ମାଲକାନଗିରି ଓ ଭଦ୍ରକରେ ତାପମାତ୍ରା ୪୦ ଡିଗ୍ରୀ ରହିଥିଲା।

ଏଥିସହ ୨୭ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି କୁହାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବଜ୍ରପାତ ସହିତ ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ୨୬ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଥିବାରୁ ଏହାପରେ ରାଜ୍ୟରେ ପାଗ ବଦଳିପାରେ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?