ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର  ୪୬ ଡିଗ୍ରୀ ସହ ଝାରସୁଗୁଡା ଲଗାତର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ତାପମାତ୍ରା ଆହୁରି ବଢିବ ଓ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତାପମାତ୍ରା ବୃଦ୍ଧି ସହିତ ଆର୍ଦ୍ରତା ପ୍ରଭାବରେ ପଶ୍ଚିମ ଓ ଉପକୂଳ ଅଞ୍ଚଳରେ ସ୍ଥିତି ସଙ୍ଗିନ ହୋଇପାରେ। ସମ୍ବଲପୁର ଓ ବଲାଙ୍ଗୀର ଜିଲାକୁ ଅତ୍ୟନ୍ତ ଗରମ ଓ ଗୁଳୁଗୁଳି ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ନୂୂଆପଡ଼ା, ଅନୁଗୋଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ଅପରପକ୍ଷେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଖରା ସମୟରେ ବିଶେଷକରି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆବଶ୍ୟକ ନ ଥିଲେ ଘରୁ ବାହାରନ୍ତୁ ନାହିଁ। ପର୍ଯ୍ୟାପ୍ତ ପରିମାଣରେ ପାଣି ପିଇବା, ଢିଲା, ହାଲୁକା ଏବଂ କଟନ ପୋଷାକ ପରିଧାନ କରିବା, ଜଳୀୟ ଅଂଶ ଥିବା ଫଳ ଖାଇବା, ଘରକୁ ଥଣ୍ଡା ଓ ବାତାନୁକୂଳ ରଖିବା ପାଇଁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ତାପମାତ୍ରା ୪୫.୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୫, ସୋନପୁର ୪୩.୯, ତାଳଚେର ଓ ବରଗଡ଼ ୪୩.୮, ଟିଟିଲାଗଡ଼ ୪୩.୫, ବଲାଙ୍ଗୀର ୪୩.୩, ସୁନ୍ଦରଗଡ଼ ଓ ଭବାନୀପାଟଣା ୪୨.୮, ଅନୁଗୋଳ ୪୨.୧, ନୟାଗଡ଼ ୪୨, ନୂଆପଡ଼ା ଓ ଖୋର୍ଦ୍ଧା ୪୧.୫, ରାଉରକେଲା ୪୧.୩, କେନ୍ଦୁଝର ୪୦.୭, ବାରିପଦା ଓ ଯାଜପୁର ୪୦.୪, କେନ୍ଦ୍ରାପଡା ୪୦.୨, ମାଲକାନଗିରି ଓ ଭଦ୍ରକରେ ତାପମାତ୍ରା ୪୦ ଡିଗ୍ରୀ ରହିଥିଲା।

ଏଥିସହ ୨୭ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି କୁହାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବଜ୍ରପାତ ସହିତ ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ୨୬ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଥିବାରୁ ଏହାପରେ ରାଜ୍ୟରେ ପାଗ ବଦଳିପାରେ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?