ଶରତରେ ଅଗ୍ନିବର୍ଷା

ଭୁବନେଶ୍ୱର,୨ା୯(ବ୍ୟୁରୋ):ଶରତରେ ଗ୍ରୀଷ୍ମର ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି। ଦିନରେ ବାହାରକୁ ଯିବା ମୁସ୍କିଲ ହୋଇପଡୁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଦୁର୍ବଳ ରହିଥିବାରୁ ରାଜ୍ୟରେ ତାତି ବଢ଼ୁଛି। ଆସନ୍ତା ୩ ଦିନ ପ୍ରବଳ ଗରମ ଜାରି ରହିବା ସହ ଗୁଳୁଗୁଳି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୪ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛ। ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରଯାଉଛି। ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ବେଳେ ଭଦ୍ରକ ଜିଲାର ଚାନ୍ଦବାଲି ୩୭.୨ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସେହିପରି ସମ୍ବଲପୁରରେ ପାରଦ ୩୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନୁଗୋଳରେ ପାରଦ ଥିଲା ୩୬.୧ ଡିଗ୍ରୀ। ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବା ଯୋଗୁ ଦିନର ତାପମାତ୍ର ବଢୁଛି ବୋଲି ପାଣିପାଗ ବିଭାଗ କହିଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଛି। ୬ ଜିଲାରେ ସ୍ବାଭାବିକରୁ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri