ଅନ୍‌ଲାଇନରେ ମିଳିବ ଅଗ୍ନି ନିରାପତ୍ତା ସାର୍ଟିଫିକେଟ

ଭୁବନେଶ୍ୱର,୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ‘ଓଡ଼ିଶା ଅଗ୍ନିଶମ ସେବା ଓ୍ବେବ୍‌ ପୋର୍ଟାଲ’କୁ ଲୋକାର୍ପିତ କରିଛନ୍ତି। ଏହା ମାଧ୍ୟମରେ ସବୁ କୋଠା ପାଇଁ ଅଗ୍ନି ନିରାପତ୍ତା ସାର୍ଟିଫିକେଟ ପ୍ରଦାନ କରାଯିବ। ପୋର୍ଟାଲ ଜରିଆରେ ତତ୍କାଳ ୮ ସେବା ଯୋଗାଇ ଦିଆଯିବ। ଅକ୍ଟୋବର ୨ ସୁଦ୍ଧା ଏଥିରେ ଅନ୍ୟ ସମସ୍ତ ସେବା ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଅଗ୍ନିଶମ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ‘ଓଡ଼ିଶା ଅଗ୍ନିଶମ ସେବା ଓ୍ବେବ୍‌ ପୋର୍ଟାଲ’ ‘୫-ଟି’ର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ବାତ୍ୟା ଅମ୍ଫନ ସମୟରେ ପଶ୍ଚିମବଙ୍ଗରେ ସାହସିକତାର ସହ କାର୍ଯ୍ୟ କରିଥିବା ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ସେ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଅଗ୍ନିଶମ ସେବା ଡିଜି, ଆଇଜି, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri