ବ୍ରହ୍ମପୁର ଅଫିସ,୧୧ା୮-ଗଞ୍ଜାମ ଜିଲାରେ କରୋନା ସାଙ୍ଘାତିକ ସ୍ଥିତିରେ ରହିଛି। ଏହାର ମୁକାବିଲା ପାଇଁ ଜିଲାରେ ଏବେ ୧୬ କୋଭିଡ୍ ହସ୍ପିଟାଲ, କେୟାର ସେଣ୍ଟର ଓ ଡେଡିକେଟେଡ୍ କୋଭିଡ୍ ହେଲଥ ସେଣ୍ଟର ରହିଛି। ଗୁଜରାଟର ଅହମ୍ମଦାବାଦ କୋଭିଡ୍ ହସ୍ପିଟାଲରେ ଗତ ୬ ତାରିଖରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ତାହାର ୩ ଦିନ ପରେ ଅର୍ଥାତ ଗତ ରବିବାର ଆନ୍ଧ୍ରପ୍ରଦେଶ ବିଜୟୱାଡାର କୋଭିଡ୍ କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା କୋଭିଡ୍ ସେଣ୍ଟର ଓ ହସ୍ପିଟାଲଗୁଡିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯାଇଛି। ଅଧିକାଂଶ କୋଭିଡ୍ କେୟାର ସେଣ୍ଟରଗୁଡିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ୍ ନ ଥିବା ଯାଞ୍ଚ ବେଳେ ଜଣାପଡିଛି। ସେହିପରି ନିକଟରେ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ଏମ୍କେସିଜି ମେଡିକାଲ କୋଭିଡ୍ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ସ୍ଥାପନ ହୋଇଥିଲେ ମଧ୍ୟ ତାହା ବ୍ୟବହାର ନ ହୋଇ ସେଠାରେ ତାଲା ପଡିଛି। ସେହିଭଳି ରଣ୍ଢା ନିକଟ ଅଶ୍ୱିନୀ ଓ ଟାଟା କୋଭିଡ୍ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ସାମାନ୍ୟ ତ୍ରୁଟି ରହିଥିବା ଯାଞ୍ଚ ବେଳେ ଜଣାପଡିଛି। ଅନ୍ୟପଟେ ଶୀତଳାପଲ୍ଲୀ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପରିସରରେ ଥିବା ୨ କୋଭିଡ୍ କେୟାର ସେଣ୍ଟରରେ ରୋଗୀମାନେ ରହୁଥିବା ବେଳେ ସେଠାରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଆଦୌ ନାହିଁ। କୋଭିଡ୍ ସେଣ୍ଟର ଗୁଡିକରେ ନିରାପତ୍ତା ବ୍ୟବସ୍ଥାରେ ଏଭଳି ତ୍ରୁଟି ଥିବା ଦୃଷ୍ଟିକୁ ଆସିବା ପରେ ସେଠାରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସେହି ହସ୍ପିଟାଲ ଓ କେୟାର ସେଣ୍ଟର ନୋଡାଲ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ କୁମାର ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଅନ୍ୟପଟେ ଯାଞ୍ଚ ରିପୋର୍ଟ ଅଗ୍ନିଶମ ମହାନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଛି ବୋଲି ମଧ୍ୟ ସେ କହିଛନ୍ତି। କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟରରେ କାମ କରୁଥିବା ନର୍ସ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଆଁ ଲିଭାଇବା ପାଇଁ ଥିବା ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦିଆଯିବ ବୋଲି ମଧ୍ୟ ସେ କହିଛନ୍ତି।
କୋଭିଡ୍ ହସ୍ପିଟାଲ,ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ସୁଧାରିବାକୁ କେନ୍ଦ୍ର ମୁଖ୍ୟଙ୍କୁ ଚିଠି
ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ
ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…
ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ
ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…
ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…
ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା
ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…
କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…
‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…
ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା
ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…
ନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା
ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍…

