କୋଭିଡ୍‌ ହସ୍ପିଟାଲ,ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ସୁଧାରିବାକୁ କେନ୍ଦ୍ର ମୁଖ୍ୟଙ୍କୁ ଚିଠି

ବ୍ରହ୍ମପୁର ଅଫିସ,୧୧ା୮-ଗଞ୍ଜାମ ଜିଲାରେ କରୋନା ସାଙ୍ଘାତିକ ସ୍ଥିତିରେ ରହିଛି। ଏହାର ମୁକାବିଲା ପାଇଁ ଜିଲାରେ ଏବେ ୧୬ କୋଭିଡ୍‌ ହସ୍ପିଟାଲ, କେୟାର ସେଣ୍ଟର ଓ ଡେଡିକେଟେଡ୍‌ କୋଭିଡ୍‌ ହେଲଥ ସେଣ୍ଟର ରହିଛି। ଗୁଜରାଟର ଅହମ୍ମଦାବାଦ କୋଭିଡ୍‌ ହସ୍ପିଟାଲରେ ଗତ ୬ ତାରିଖରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ତାହାର ୩ ଦିନ ପରେ ଅର୍ଥାତ ଗତ ରବିବାର ଆନ୍ଧ୍ରପ୍ରଦେଶ ବିଜୟୱାଡାର କୋଭିଡ୍‌ କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା କୋଭିଡ୍‌ ସେଣ୍ଟର ଓ ହସ୍ପିଟାଲଗୁଡିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯାଇଛି। ଅଧିକାଂଶ କୋଭିଡ୍‌ କେୟାର ସେଣ୍ଟରଗୁଡିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ୍‌ ନ ଥିବା ଯାଞ୍ଚ ବେଳେ ଜଣାପଡିଛି। ସେହିପରି ନିକଟରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ଏମ୍‌କେସିଜି ମେଡିକାଲ କୋଭିଡ୍‌ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ସ୍ଥାପନ ହୋଇଥିଲେ ମଧ୍ୟ ତାହା ବ୍ୟବହାର ନ ହୋଇ ସେଠାରେ ତାଲା ପଡିଛି। ସେହିଭଳି ରଣ୍ଢା ନିକଟ ଅଶ୍ୱିନୀ ଓ ଟାଟା କୋଭିଡ୍‌ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ସାମାନ୍ୟ ତ୍ରୁଟି ରହିଥିବା ଯାଞ୍ଚ ବେଳେ ଜଣାପଡିଛି। ଅନ୍ୟପଟେ ଶୀତଳାପଲ୍ଲୀ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପରିସରରେ ଥିବା ୨ କୋଭିଡ୍‌ କେୟାର ସେଣ୍ଟରରେ ରୋଗୀମାନେ ରହୁଥିବା ବେଳେ ସେଠାରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଆଦୌ ନାହିଁ। କୋଭିଡ୍‌ ସେଣ୍ଟର ଗୁଡିକରେ ନିରାପତ୍ତା ବ୍ୟବସ୍ଥାରେ ଏଭଳି ତ୍ରୁଟି ଥିବା ଦୃଷ୍ଟିକୁ ଆସିବା ପରେ ସେଠାରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସେହି ହସ୍ପିଟାଲ ଓ କେୟାର ସେଣ୍ଟର ନୋଡାଲ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ କୁମାର ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଅନ୍ୟପଟେ ଯାଞ୍ଚ ରିପୋର୍ଟ ଅଗ୍ନିଶମ ମହାନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଛି ବୋଲି ମଧ୍ୟ ସେ କହିଛନ୍ତି। କୋଭିଡ୍‌ ହସ୍ପିଟାଲ ଓ କେୟାର ସେଣ୍ଟରରେ କାମ କରୁଥିବା ନର୍ସ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଆଁ ଲିଭାଇବା ପାଇଁ ଥିବା ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦିଆଯିବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri