ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। କେତେକ ସ୍ଥାନରେ ଥିବା ଅଗ୍ନି ନିରାପତ୍ତା ଯନ୍ତ୍ରାଂଶ କେବଳ ନାମକୁ ମାତ୍ର ରହିଛି। ସୋମବାର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା ଯାଞ୍ଚ ବେଳେ ଏହି ଚିତ୍ର ପଦାକୁ ଆସିଛି।
ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରଥମେ ସହରର ୩ଟି ବଡ଼ ମଲ୍‌ ସହ ଗୋଟିଏ ମୋଟରସାଇକେଲ ଶୋ’ରୁମ୍‌ରେ ଯାଞ୍ଚ କରାଯାଇଥିଲା। ସେଥିମଧ୍ୟରୁ ୨ଟି ମଲ୍‌ ଓ ଗୋଟିଏ ଶୋ’ରୁମ୍‌ରେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ରହିଥିଲା। କିନ୍ତୁ ଗୋଟିଏ ମଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଜଣାପଡ଼ିଛି। ଉକ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ନୋଟିସ କରାଯିବା ସହ ତୁରନ୍ତ ପ୍ରମାଣପତ୍ର ଆବେଦନ କରିବାକୁ ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଗତ କିଛିଦିନ ହେଲା ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଉଥିବା ଯାଞ୍ଚରୁ ବହୁ ଅନିୟମିତତା ପଦାକୁ ଆସିଛି। ଜିଲାର ଅନେକ ବ୍ୟବସାୟିକ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବାବେଳେ ପ୍ରମାଣପତ୍ର ମଧ୍ୟ ନ ଥିବା ଦେଖାଯାଇଛି। ଏଭଳି ସ୍ଥଳେ ଯଦି କୌଣସି ଅଘଟଣ ଘଟେ, ତେବେ ଧନଜୀବନ ହାନି ହେବା ସମ୍ଭାବନା ରହିଛି। ଏହି ଯାଞ୍ଚ ସମୟରେ ଅଗ୍ନିଶମ ବିଭାଗର ଅନୁଗୋଳ ମୁଖ୍ୟ ପ୍ରଶାନ୍ତ କୁମାର ଧଳଙ୍କ ସହ ରଶ୍ମିକାନ୍ତ ବରାଳ, କ୍ରୀତିରଞ୍ଜନ ବେହେରା, ପ୍ରତାପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅବ୍ୟବସ୍ଥା ପରିଲକ୍ଷିତ ହୋଇଥିବା ମଲ୍‌କୁ ନୋଟିସ୍‌ ପ୍ରଦାନ କରାଯାଇଛି। ୧୫ ଦିନ ମଧ୍ୟରେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ସହ ଯନ୍ତ୍ରାଂଶ ମରାମତି ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଥିବା ଜିଲା ଅଗ୍ନିଶମ ବିଭାଗ ମୁଖ୍ୟ ଧଳ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri