ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡରେ କିଛି ବିଦ୍ୟୁତ ତାର ପୋଡ଼ିଯାଇଛି। ଅଧିକ କ୍ଷତି ଆଶଙ୍କା କରି ବିଦ୍ୟୁତ୍‌ ବିଭାଗ ବିଦ୍ୟୁତ୍‌ ସରବରାହ ବନ୍ଦ କରି ଦେଇଥିଲା। ଫଳରେ ଗ୍ରାମବାସୀଙ୍କୁ ରାତିସାରା ଅନ୍ଧାରରେ ରହିବାକୁ ପଡ଼ିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ମିଳିଥିବା ସୂଚନା ମୁତାବକ, ଲାଠି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାସ୍ତାକଡ଼ରେ ଗୋବିନ୍ଦ ପାଣିଗ୍ରାହୀଙ୍କ ଏକ ସାଇକେଲ ମରାମତି ଦୋକାନ ରହିଛି। ତାଙ୍କ ଦୋକାନ ପାଖରେ ଶିବନାଥ ଠାକୁରଙ୍କ ଏକ ଜଳଖିଆ ଦୋକାନ ଓ ତାଙ୍କ ଦୋକାନ ପାଖରେ ଅର୍ଜୁନ ବେହେରାଙ୍କ ପନିପରିବା ଦୋକାନ ଓ ଧାନକଳ ମାଲିକଙ୍କ ଏକ ଛୋଟ ଗୋଦାମ ଘର ରହିଛି। ସେମାନେ ଶୁକ୍ରବାର ରାତିରେ ନିଜ ବ୍ୟବସାୟ ସାରି ଦୋକାନରେ ତାଲା ପକାଇ ଘରକୁ ଯାଇଥିଲେ। ବିଳମ୍ବିତ ରାତି ପ୍ରାୟ ୨ଟାରେ ଦୋକାନରେ ନିଆଁ ଲାଗି ଜଳୁଥିବା ଦେଖି ଲୋକେ ସରପଞ୍ଚ ରାଧା ମୋହନ ସେଠୀଙ୍କୁ ଜଣାଇଥିଲେ।

ସେ ଏନେଇ ଅଗ୍ନିଶମ ବିଭାଗକୁ ଖବର କରିଥିଲେ। ଅନ୍ୟପକ୍ଷେ ଶିବନାଥଙ୍କ ଦୋକାନ ଭିତରେ ଥିବା ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ନିଆଁ ଅନ୍ୟ ଦୋକାନଗୁଡ଼ିକୁ ବ୍ୟାପି ଯାଇଥିଲା। ଲୋକେ ଭୟଭୀତ ହୋଇ ପଡିଥିଲେ। ସରପଞ୍ଚ, ଯୁବନେତା ଶିଶିର ଦାସ ପହଞ୍ଚି ନିଆଁ ଆୟତ୍ତ କରିବାରେ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସହଯୋଗ କରିଥିଲେ। ଏହି ଅଗ୍ନିକାଣ୍ଡରେ ପ୍ରାୟ ୫ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଥିବା ବ୍ୟବସାୟୀମାନେ ପ୍ରକାଶ କରି ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ନିବେଦନ କରିଛନ୍ତି।

ଅନ୍ୟପକ୍ଷରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରାଗଲେ କିପରି ଅଗ୍ନିକାଣ୍ଡ ଘଟିଲା ସେ ସମ୍ପର୍କରେ ଜଣାପଡିବ ବୋଲି ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri