ତାରସିଂରେ ଖୋଲିବ ଦମକଳ କେନ୍ଦ୍ର: ୮୦୦ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ

ଭଞ୍ଜନଗର,୧୮/୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପରିସରରେ ରାସନ କାର୍ଡ ପ୍ରଦାନ, ପକ୍କା ଘର କାର୍ଯ୍ୟାଦେଶ ୱାର୍କ ଅର୍ଡର ପ୍ରଦାନ ଏବଂ ଭତ୍ତା ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର ବ୍ଲକର ୮୦୦ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରିଥିଲେ। ଏଥିସହ ୨୦୦ ହିତାଧିକାରୀଙ୍କୁ ପକ୍କା ଘର କାର୍ଯ୍ୟାଦେଶ ଏବଂ ୬୧ ଜଣଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଏହି ଅବସରରେ ବିଧାୟକ ନାୟକ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସରକାରୀ ଯୋଜନା କିଭଳି ପହଞ୍ଚିବ ସେନେଇ କହିଥିଲେ।

ଭଞ୍ଜନଗର ବ୍ଲକର ସମସ୍ତ ଗରିବ ଲୋକଙ୍କୁ ପକ୍କା ଘର ଯୋଜନାରେ ସାମିଲ କରାଯିବ। ଯେଉଁ ଯୋଗ୍ୟ ହିତାଧିକାରୀଙ୍କ ରାସନ କାର୍ଡ ନାହିଁ ସେମାନଙ୍କୁ ମଧ୍ୟ ରାସନ କାର୍ଡ ପ୍ରଦାନ କରାଯିବ ବୋଲି ବିଧାୟକ କହିଥିଲେ । ବୈଠକରେ ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଡ଼ିଓ ଭାରତୀ ଦେବୀ, ବ୍ଲକ ଉପାଧକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର ପ୍ରମୁଖ ଉପସ୍ଥିତ ଥିଲେ।

ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ସଭାକୁ ସଂଯୋଜନା କରିଥିଲେ। ଏହାପୂର୍ବରୁ ବିଧାୟକ ନାୟକ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବା ସମୟରେ କହିଥିଲେ ଯେ, ତାରସିଂ ଠାରେ ଏକ ଦମକଳ କେନ୍ଦ୍ର ହେବ। ଏଥିସହ ଭଞ୍ଜନଗର ଏବଂ ତାରସିଂ ଦମକଳ କେନ୍ଦ୍ର ପରିସରରେ ଦୁଇଟି ଆମ୍ବୁଲାନ୍ସ ରହିବ। ଭଞ୍ଜନଗର ଠାରୁ ତାରସିଂ ହେଉଛି ୩୦ କିମି ଦୁର। ଅନ୍ୟ ଦମକଳ କେନ୍ଦ୍ର ଥିବା ସ୍ଥାନ ଠାରୁ ମଧ୍ୟ ତାରସିଂ ବହୁତ ଦୂରରେ ଅବସ୍ଥିତ। ତେଣୁ ସଂମ୍ପୃକ୍ତ ଅଞ୍ଚଳରେ ହଠାତ୍‌ କିଛି ଅଘଟଣ ଘଟିଲେ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଅଞ୍ଚଳବାସୀଙ୍କ ସମସ୍ୟାକୁ ହୃଦବୋଧ କରି ତାରସିଂ ଠାରେ ଦମକଳ କେନ୍ଦ୍ର ଖୋଲିବା ପାଇଁ ପଦକ୍ଷେପ ନେଇଥିଲି।
ଏନେଇ ଅଗ୍ନିଶମ ବାହିନୀ ବିଭାଗର ଉଚ୍ଚ ପଦାଧିକାରୀଙ୍କ ସହ ଆଲୋଚନା କରିବା ପରେ ତାରସିଂ ଠାରେ ଦମକଳ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ବିଧାୟକ ନାୟକ କହିଥିଲେ। ଏଥିସହ ରୋଗୀ ସେବାରେ ସୁଧାର ଆଣିବା ପାଇଁ ଦୁଇଟି ଆମ୍ବୁଲାନ୍ସ ତାରସିଂ ଏବଂ ଭଞ୍ଜନଗର ଦମକଳ କେନ୍ଦ୍ରକୁ ଆସିବ। ଏଥିସହ ଭଞ୍ଜନଗର ଦମକଳ କେନ୍ଦ୍ରର ଆଧୁନିକୀକରଣ ଏବଂ କର୍ମଚାରୀ ବୃଦ୍ଧି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ବିଧାୟକ ନାୟକ ଆଲୋଚନା ସମୟରେ କହିଛନ୍ତି। ଏହି ଖବର ସଂମ୍ପୃକ୍ତ ଅଞ୍ଚଳବାସୀ ଜାଣିବା ପରେ ଖୁସିବ୍ୟକ୍ତ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri