ପୂର୍ବ ଶତ୍ରୁତାରୁ ରାତିଅଧରେ ଲଗାଇଦେଲେ ନିଆଁ: ଜୀବନ୍ତ ଜଳିଗଲେ ୨୫ ଛେଳି, ୪ ଗୋରୁ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଶ୍ରୀରାମପୁର ପଞ୍ଚାୟତ ବଳବୁଧି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଛେଳି ଓ ୪ ଗୋର ଜୀବନ୍ତ ଜଳି ଯାଇଛନ୍ତି। ଗାଁର କୈଳାସ ମଲ୍ଲିକଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ପରିବାରର ସମସ୍ତ ସଦସ୍ୟ ଶୋଇପଡିଥିବା ବେଳେ ହଠାତ ଛେଳିଙ୍କ ରଡ଼ିଶୁଣି କୈଳାସଙ୍କ ସ୍ତ୍ରୀ ସୁମତି ଘର ଜଳୁଥିବା ଦେଖି ପରିବାର ସଦସ୍ୟଙ୍କୁ ଉଠାଇଥିଲେ। ପରିବାର ସଦସ୍ୟ ନିଆଁ ଲିଭାଇବାକୁ ପ୍ରଚେଷ୍ଟା କରିଥିଲେ। ପରେ ଅଗ୍ନିସମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ସେତବେଳକୁ ଘରକୁ ଲାଗିଥିବା ଗୁହାଳଘର ସମ୍ପୂର୍ଣ୍ଣ ଜଳିଯାଇଥିଲା। ଏହା ସହ ୨୫ ଛେଳି ଓ ୪ ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଘର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିବାବେଳେ ନ୍ୟାୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri