Posted inଜାତୀୟ

ବାଣ ତିଆରି ପାଇଁ ରଖାଯାଇଥିବା ବାରୁଦ ବିସ୍ଫୋରଣ, ୩ ମୃତ…

କୋଲକାତା,୧।୧୨: ବୁଧବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲାର ମୋହନପୁର ଗାଁର ଏକ ଆବାସିକ କୋଠାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପୋଲିସର ସୂଚନାନୁସାରେ, ଘରର ମାଲିକ ବାଣ ତିଆରି କରିବା ପାଇଁ ବିପୁଳ ପରିମାଣର ବେଆଇନ ବିସ୍ଫୋରକ ସାମଗ୍ରୀ ମହଜୁଦ୍‌ ରଖିଥିଲେ। ବିସ୍ଫୋରଣରେ ଘରର ମାଲିକ ଆଶିମ ମଣ୍ଡଳ ଏବଂ ତାଙ୍କର ଦୁଇ କର୍ମଚାରୀଙ୍କର ମୃତ୍ୟୁ ଘଟିଛି।

ସ୍ଥାନୀୟ ଲୋକଙ୍କ କହିବାନୁସାରେ, ଆଶିମ ଗତ ଦଶ ବର୍ଷ ଧରି ସ୍ଥାନୀୟ ଅଞ୍ଚଳରେ ଏକ ବେଆଇନ ବାଣ କାରଖାନା ଚଳାଉଥିଲେ। ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି, ଏହା ଏକ ଆବାସିକ ଅଞ୍ଚଳ ହୋଇଥିବାରୁ ଆମେ ଭୟ କରୁଥିଲୁ ଯେ ଏପରି ବିସ୍ଫୋରଣ ହୋଇପାରେ। ଆମେ ତାଙ୍କୁ ଅନେକ ଥର ଅନୁରୋଧ କରିଥିଲୁ ଏବଂ ପୋଲିସକୁ ମଧ୍ୟ ଜଣାଇଥିଲୁ, କିନ୍ତୁ କିଛି ଫଳ ମିଳି ନ ଥିଲା।

ସ୍ଥାନୀୟ ଲୋକଙ୍କ କହିବାନୁସାରେ, ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ନିକଟସ୍ଥ କେତେକ ଘରର ଝରକା ଭାଙ୍ଗି ଯାଇଥିଲା ଏବଂ ବିସ୍ଫୋରଣ ସ୍ଥାନଠାରୁ ପ୍ରାୟ ୨୦୦ ମିଟର ଦୂରରେ ମୃତଦେହ ପଡ଼ିଥିଲା । ପୋଲିସର ସୂଚନାନୁସାରେ, ବିସ୍ଫୋରଣ ଛାତ ଉପରେ ଘଟିଥିଲା। ଏହା ଯୋଗୁ କଂକ୍ରିଟ ଛାତ ଭୁଶୁଡି ପଡିଥିଲା। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ଶବଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ଏବଂ ଫୋରେନସିକ ଟିମକୁ ମଧ୍ୟ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri