Posted inଜାତୀୟ

ରାଜଧାନୀରେ ଏବର୍ଷ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ…

ନୂଆଦିଲ୍ଲୀ, ୭।୯ : ଏଥର ମଧ୍ୟ ରାଜଧାନୀ ଦିଲ୍ଲୀରେ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ ରହିବ। ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ବୁଧବାର କହିଛନ୍ତି ଯେ ୨୦୨୩ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଜାତୀୟ ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରୟ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯିବ। ସେ କହିଛନ୍ତି ଯେ ଏହି ନିଷେଧାଦେଶ ଅନଲାଇନରେ ବିକ୍ରି ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ।

ସେ ଟୁଇଟ କରି କହିଛନ୍ତି ଯେ ଗତ ବର୍ଷ ଭଳି ଦିଲ୍ଲୀର ଲୋକଙ୍କୁ ପ୍ରଦୂଷଣର ବିପଦରୁ ରକ୍ଷା କରିବା ପାଇଁ ଏଥର ମଧ୍ୟ ସମସ୍ତ ପ୍ରକାର ବାଣ ଉତ୍ପାଦନ, ସଂରକ୍ଷଣ, ବିକ୍ରୟ ତଥା ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି, ଯାହାଦ୍ୱାରା ଲୋକଙ୍କ ଜୀବନ ବଞ୍ଚିପାରିବ। ସେମାନେ ପରିବେଶ ପ୍ରଦୂଷଣରୁ ସୁରକ୍ଷିତ ରହିପାରିବେ।

ଏହି ନିଷେଧାଦେଶକୁ କଡାକଡି ଲାଗୁ କରିବା ପାଇଁ ଦିଲ୍ଲୀ ପୋଲିସ, ଡିପିସିସି ଏବଂ ରାଜସ୍ବ ବିଭାଗ ସହିତ ଏକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରାଯିବ।

ଗତ ବର୍ଷ ଦିଲ୍ଲୀ ସରକାର ୨୮ ସେପ୍ଟେମ୍ବରରୁ ୧ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ବାଣ ବିକ୍ରୟ ଏବଂ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରିଥିଲେ। ଏନେଇ ସଚେତନତା ସୃଷ୍ଟି କରିବା ପାଇଁ ସରକାର ମଧ୍ୟ ବାଣ ଫୁଟାଇବାକୁ ଦିଅନ୍ତୁ ନାହିଁ ଅଭିଯାନ ଆରମ୍ଭ କରିଥିଲେ। ଏଥି ସହିତ ଯେଉଁମାନେ ନିର୍ଦ୍ଦେଶ ଉଲ୍ଲଂଘନ କରି ବାଣ ଫୁଟାଉଥିଲେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri