ଛାତରୁ ପଡି ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ,୧୩।୯: ଢେଙ୍କାନାଳ ଜିଲା ଗଦିଆଁ ଅଗ୍ନିଶମ କେନ୍ଦ୍ର କର୍ମଚାରୀ ଜୟନ୍ତ ଧାରୁଆ ସୋମବାର ବିଳମ୍ବିତ ରାତିରେ ଅଗ୍ନିଶମ କେନ୍ଦ୍ର ଛାତ ଉପରୁ ପଡ଼ି ମୃତ୍ୟୁବରଣ କରିଛନ୍ତି। ସେ ରାତିରେ ନିଜ କାର୍ଯ୍ୟ ସାରିବା ପରେ ସାଥିମାନଙ୍କ ସହ କ୍ୟାରମ୍‌ ଖେଳୁଥିଲେ। ହଠାତ୍‌ ଅଧା ଖେଳରୁ ଉଠି ସେ ପଳାଇଥିଲେ। ଏହା ପରେ ଏକ ଶବ୍ଦ ଶୁଣି ଅନ୍ୟ କର୍ମଚାରୀମାନେ ଯାଇ ଦେଖିବା ବେଳକୁ ଜୟନ୍ତ ତଳେ ପଡିଯାଇଛନ୍ତି। କେନ୍ଦ୍ର ଅଧିକାରୀ ଓ ସାଥି କର୍ମଚାରୀମାନେ ତୁରନ୍ତ ତାଙ୍କୁ ଏକ ଗାଡିରେ ନିକଟସ୍ଥ ଶ୍ରୀରାମଚନ୍ଦ୍ର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ପରେ ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଜୟନ୍ତ ଦେଢ଼ବର୍ଷ ହେଲା ଗଦିଆଁ ଅଗ୍ନିଶମ କେନ୍ଦ୍ରରେ ଯୋଗ ଦେଇଥିଲେ। ତାଙ୍କ ଘର ବରଗଡ଼ ଜିଲା ପଦ୍ମପୁର ଥାନା ଅଞ୍ଚଳରେ ହୋଇଥିବା ବେଳେ ସେ ଅଧିକାଂଶ ସମୟରେ ଚିନ୍ତାଗ୍ରସ୍ଥ ରହୁଥିଲେ ବୋଲି ଅଗ୍ନିଶମ ଅଧିକାରୀ ଅକ୍ଷୟ ପ୍ରଧାନ କହିଛନ୍ତି। ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri