Posted inଫୁରସତ

ଜନସେବାରେ ଉତ୍ସର୍ଗ ଅଗ୍ନିଶମ ବାହିନୀ

କୌଣସିଠାରେ ନିଆଁ ଲାଗିଲେ ଦମକଳ ବାହିନୀ ପହଞ୍ଚି ଜୀବନକୁ ବାଜି ଲଗାଇ ଉଦ୍ଧାର କାର୍ଯ୍ୟ କରିଥାନ୍ତି। ସେମାନଙ୍କ କାର୍ଯ୍ୟ ଏବଂ ଦାୟିତ୍ୱବୋଧକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧୪ରେ ଜାତୀୟ ଅଗ୍ନିଶମ ସେବା ଦିବସ ପାଳିତ ହୋଇଥାଏ। ୧୪ ଏପ୍ରିଲ ୧୯୪୪ରେ ବମ୍ବେ ବନ୍ଦରର ଭିକ୍ଟୋରିଆ ଡକ୍‌ରେ ନିଆଁ ଲିଭାଉଥିବା ସମୟରେ ୭୧ ଜଣ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ପ୍ରାୟ ୧୪୦୦ଟନ୍‌ ବିସ୍ଫୋରକ ସାମଗ୍ରୀ, କପାତୁଳା, ସୁନା, ଗୁଳିଗୋଳା ମାଲ ପରିବହନ କରୁଥିବା ମାଲବାହୀ ଏସ୍‌ ଫୋର୍ଟ ଷ୍ଟିକାଇନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଉଥିବା ସମୟରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ବିସ୍ଫୋରଣ ସ୍ଥାନଠାରୁ ୧୭୦୦ କି.ମି. ଦୂରରେ ଥିବା ସେନ୍ସରରେ ଏହାକୁ ରେକର୍ଡ କରାଯାଇଥିଲା। ଏହି ଦିବସ ପାଳନ ଅବସରରେ ମୃତ ଅଗ୍ନିଶମ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥାଏ। ଏହା ସହ ସମାଜ ପ୍ରତି ଅଗ୍ନିଶମ କର୍ମଚାରୀଙ୍କ ଅନନ୍ୟ ବଳିଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri