ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବରଗଡ଼ ଅଫିସ,୧୫।୫: ବରଗଡ଼ ଜିଲା ଭଟଲି ବ୍ଲକ ମୁରୁମକେଲ ଗ୍ରାମରେ ଶନିବାର ଜ୍ବଳନ୍ତା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଭଟଲି ଅଗ୍ନିଶମ ବିଭାଗ କର୍ମଚାରୀମାନେ ଉଦ୍ଧାର କରି ଥିଲେ। ପରେ ଅଗ୍ନିଶମ କର୍ମଚାରୀ ନିଜ ଗାଡିରେ ଆହତ ଯୁବକଙ୍କୁ ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି । ଆହତ ଯୁବକ ଜଣକ ହେଲେ, ଭଡିଗାଁ ପଞ୍ଚାୟତ ମୁରୁମକେଲ ଗ୍ରାମର ସମୀର ଖମାରୀ (୨୭) ।
ସମୀର କୌଣସି କାରଣରୁ ବିଦ୍ୟୁତ୍‌ ଟ୍ରାନ୍ସଫୋର୍ମର ଉପରକୁ ଚଢିଥିଲେ। ସେଠାରେ ତାଙ୍କୁ କରେଣ୍ଟ ଲାଗି ଦେହରେ ନିଆଁ ଲାଗିଯାଇଥିଲା। କିଛି ଯୁବକ ଏହା ଦେଖି ବିଦ୍ୟୁତ୍‌ ବିଭାଗକୁ ଫୋନ କରି ଲାଇନ କଟାଇଥିଲେ। ପରେ ଭଟଲି ଅଗ୍ନିଶମ ବିଭାଗକୁ ଫୋନ କରି ସୂଚନା ଦେଇଥିଲେ। ଅଫିସର ଇନ୍‌ଚାର୍ଜ ରବୀନ୍ଦ୍ର କେତନ ସାହୁଙ୍କ ନେତୃତ୍ୱରେ ଅଗ୍ନିଶମ ବିଭାଗ ଏକ ଟିମ୍‌ ପହଞ୍ଚି ସାହସିକତାର ସହିତ ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କରିଥିଲେ। ପରେ ଆମ୍ବୁଲାନ୍ସକୁ ଫୋନ କରିଥିଲେ । ତେବେ ଅମ୍ବୁଲାନ୍ସ ଆସିବା ବିଳମ୍ବ ହେବାରୁ ନିଜ ଗାଡ଼ିରେ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବରଗଡ ଜିଲା ମୁଖ୍ୟ ଚିକତ୍ସାଳୟକୁ ଆଣିଥିଲେ । ପ୍ରାଥମିକ ଚିକତ୍ସା ପରେ ତାଙ୍କୁ ଭୀମସାର, ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକତ୍ସାଲୟରୁ ସଂକଲ୍ପ ପରିବାରର ସଦସ୍ୟ ବିକାଶ ଅଗ୍ରୱାଲ ଓ ନିଧାନ ଦନ୍ତା ସଂକଲ୍ପ ରଥ ସାହାଯ୍ୟରେ ତାଙ୍କୁ ବୁର୍ଲ୍ଲା ପହଞ୍ଚାଇଥିଲେ। ଯୁବକଙ୍କ ବାମହାତ ଜଳିଯାଇଛି। ଭଟଲି ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଗ୍ନିଶମ ଅଧିକାରୀ ରବୀନ୍ଦ୍ର କେତନ ସାହୁଙ୍କ ନେତୃତ୍ୱରେ ଆଗ୍ନିକ ଚିରଞ୍ଜିବି ଦାଶ, ସୌମେତ୍ରି ମଲ୍ଲିକ, ରଞ୍ଜନ ଖଡ଼ିଆ, ଦୀପକ ମିନଜ଼, ପ୍ରଦୀପ କୁମାର ଫାଟକାର ପ୍ରମୁଖ ଉଦ୍ଧାର କାର୍ଯ୍ୟରେ ନିୟଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri