Posted inଜାତୀୟ

ଅନନ୍ତନାଗରେ ଗୁଳି ବିନିମୟ ଜାରି

ନୂଆଦିଲ୍ଲୀ,୧୬ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ବୁଧବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ସେନା କଲୋନେଲ, ଜଣେ ମେଜର ଏବଂ ଜଣେ ପୋଲିସ ଅଫିସର ଶହୀଦ ହୋଇଥିଲେ। ଏହି ଗୁଳି ବିନିମୟ ବେଳେ ଆହତ ହୋଇଥିବା ଜଣେ ଯବାନ ଶୁକ୍ରବାର ଆଖି ବୁଜିଛନ୍ତି। ଏହାକୁ ମିଶାଇ ଶହୀଦ ଯବାନଙ୍କ ସଂଖ୍ୟା ୪ରେ ପହଞ୍ଚତ୍ଛି। ବୁଧବାରଠାରୁ ଅନନ୍ତନାଗ ଜିଲାରେ ଏନ୍‌କାଉଣ୍ଟର ଜାରି ରହିଛି। ସୁରକ୍ଷା ବଳ ଜିଲାର କୋକେରନାଗ ଜଙ୍ଗଲ ଅଞ୍ଚଳକୁ ଚାରିପଟୁ ଘେରି ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ତଲାସି ଅଭିଯାନକୁ ଜୋର୍‌ଦାର କରିଛନ୍ତି। ଶୁକ୍ରବାର ସକାଳେ ଜଙ୍ଗଲ ଅଞ୍ଚଳରୁ ବିସ୍ଫୋରଣ ଏବଂ ଗୁଳି ବିନିମୟର ଶବ୍ଦ ଶୁଣିବାକୁ ମିଳିଥିଲା, ଯାହା ଅପରାହ୍ନ ପର୍ଯ୍ୟନ୍ତ ଜାରି ରହିଥିଲା। ଆତଙ୍କବାଦୀଙ୍କ ଗୁଳିରେ କଲୋନେଲ ମନପ୍ରୀତ୍‌ ସିଂ, ମେଜର ଆଶିଷ ଏବଂ ଡିଏସ୍‌ପି ହୁମାୟୁନ୍‌ ଭଟ୍ଟ ପ୍ରାଣ ହରାଇଥିବାବେଳେ ଚତୁର୍ଥ ଶହୀଦଙ୍କ ପରିଚୟ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri