ଆମେରିକାରେ ଅନ୍ତିମ ସଂସ୍କାର ସମୟରେ ଫୁଟିଲା ଗୁଳି, ୬ ଆହତ, ଜଣେ ଗୁରୁତର

ପିଟର୍ସବର୍ଗ,୨୯ ।୧୦: ଆମେରିକାର ପେନସିଲଭାନିୟାର ପିଟର୍ସବର୍ଗରେ ଏକ ଚର୍ଚ୍ଚ ନିକଟରେ ଗୁଳିକାଣ୍ଡ ହୋଇଥିବା ଖବର ଆସିଛି । ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି । କୁହାଯାଉଛି କି ଏମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଗୁଳି ଲାଗିଛି ସେମାନେ ସମସ୍ତେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ପାଇଁ ଯାଇଥିଲେ । ଗୁଳି କିଏ ଓ କାହିଁକି ଚଳାଇଛନ୍ତି ଏ ନେଇ ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ ।
ମିଳିଥିବା ସୂଚନା ଅନୁଯାୟୀ, ଅନ୍ତିମ ସଂସ୍କାର ସମୟରେ ଘଟଣାସ୍ଥଳରେ ଥିବା ବ୍ୟକ୍ତିଙ୍କ ଉପରେ ଗୁଳି ଚାଳନା କରାଯାଇଥିଲା । ଏହି ଘଟଣା ପରେ ନିକଟରେ ଥିବା ଚର୍ଚ୍ଚକୁ ସିଲ କରାଯିବ ସହ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri