ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ ଦେଇଥିବା ମହମ୍ମଦ ଅନିଶ(୩୬)ଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ ରାଜା ସ୍ୱାମୀ(୨୫)ଙ୍କୁ ଅଟକ ରଖି ପଚରାଉଚରା କରୁଛି। ତାଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ବେଆଇନ ବନ୍ଧୁକକୁ ପୋଲିସ ଜବତ କରିଛି।
ସମ୍ବଲପୁରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ(ଏଏସ୍‌ପି) ଅଜୟ କୁମାର ମିଶ୍ରଙ୍କ ସୂଚନା ଅନୁସାରେ, ଅନିଶଙ୍କ ନିକଟରେ କାମ କରୁଥିବା ଅଭିଯୁକ୍ତ ରାଜା ସ୍ବାମୀ ଏହି ଗୁଳିଚାଳନା କରିଛନ୍ତି। ଏକ ଦେଶୀ ବନ୍ଧୁକରୁ ଅତି ନିକଟରୁ ଅତିକମ୍‌ରେ ୩ ରାଉଣ୍ଡ ଗୁଳି ଚଳାଯାଇଥିବା ବେଳେ ଘଟଣାସ୍ଥଳରୁ ୫ଟି ଖୋକା ମିଳିଛି।
ଗୁରୁତର ଅବସ୍ଥାରେ ଅନିଶଙ୍କୁ ବୁର୍ଲା ଭୀମସାରକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବୁର୍ଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରେ ତୁରନ୍ତ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ରାଜା ସ୍ବାମୀଙ୍କୁ ଅଟକ ରଖିବା ସହ ବ୍ୟବହୃତ ୭.୬୨ ଏମ୍‌ଏମ୍‌ ଘଟଣାର ପଛରେ ପରକୀୟା ପ୍ରୀତି କିମ୍ବା ଅନ୍ୟ କୌଣସି କାରଣ ରହିଛି କି ନାହିଁ, ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?