କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ ଦିବାଲୋକରେ ଏହି ଗୁଳିମାଡ଼ ହୋଇଛି । ଯୁବକଙ୍କ ଛାତିରେ ଗୁଳି ବାଜିଥିବା ବେଳେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ସୌମ୍ୟରଞ୍ଜନ ଜେନା ।  ତେବେ ସେ ଭଲ କ୍ରିକେଟ ଖେଳୁଥିବା ନେଇ ଜଣାପଡିଛି । କେଉଁ କାରଣରୁ ଗୁଳିମାଡ଼ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ଅନ୍ୟପଟେ ତାଙ୍କର କାହା ସହ ଶତ୍ରୁତା ନଥିବା ନେଇ ସାଙ୍ଗମାନେ କହିଛନ୍ତି ।

ଖବର ଅନୁସାରେ, ଭୋଜି ବେଳେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ଗୁଳି ଫୁଟାଇ ଥିଲେ। ଗୁଳି ରିଙ୍କୁଙ୍କ ଛାତିରେ ବାଜିଥିଲା। ତାଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଡିସିପି ଖିଲାରି ଋଷିକେଶ ଡ୍ୟାନଦେଓଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?