କେନ୍ଦ୍ରାପଡ଼ାରେ ଫୁଟିଲା ଗୁଳି

ଡେରାବିଶ,୪ା୫(ବେବର୍ତ୍ତା ଅଜୟ ଦାଶ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ବାଲିସାହିଠାରେ ଗୁଳିମାଡ଼ ହୋଇଛି। ରବିବାର ଅପରାହ୍ନରେ ୪ ଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି।

ଏହି ଗୁଳିକାଣ୍ଡରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କୁଦନଗରୀ ଥାନା ଅନ୍ତର୍ଗତ ବଡ଼ବେତରା ପଞ୍ଚାୟତର ବିନ୍ଧାଳୋ ଗ୍ରାମର ଗୌତମ ମଲ୍ଲିକ ଓରଫ ବାବୁ। ଗୁରୁତର ବାବୁଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ ଅପରାହ୍ନ ପ୍ରାୟ ୨ଟା ସମୟରେ ଗୌତମ କରାଣ୍ଡିଆ ନଦୀବନ୍ଧରେ ଯାଉଥିବାବେଳେ ପଛରୁ ଦୁଇଟି ବାଇକ୍‌ ଯୋଗେ ଆସିଥିବା ଦୁର୍ବୃତ୍ତ ଗୌତମଙ୍କ ଉପରକୁ ହଠାତ୍‌ ଗୁଳି ଚାଳନା କରି ଫେରାର ହୋଇଯାଇଥିଲେ। ଏହି ଘଟଣା ପରେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ଗୌତମଙ୍କୁ ଚିକିତ୍ସା ପାଇଁ ପଠାଇବା ସହିତ ସଦର ପୋଲିସକୁ ଖବର ଦେଇଥିଲେ। ଏହି ଗୁଳିମାଡ଼ କାରଣ ଅସ୍ପଷ୍ଟ ଥିବାବେଳେ ବାଲି ବାଲିଘାଟ ଅଥବା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ଆଲୋଚନା ହେଉଛି। ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri